ଭୁବନେଶ୍ୱର: ୭ ଦିନିଆ ଦିଲ୍ଲୀ ଗସ୍ତରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆଜି ସେ ଭୁବନେଶ୍ୱରରୁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ଏହି ଗସ୍ତ ରାଜନୈତିକ କାର୍ଯ୍ୟକ୍ରମ ତୁଳନାରେ ପାରିବାରିକ କାରଣ ପାଇଁ ହୋଇଥିବା ସୂଚନା ମିଳିଛି । ନିଜ ବଡ ଭାଇ ପ୍ରେମ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ଏବଂ ତାଙ୍କ ସମୟ ବିତାଇବା ପାଇଁ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଥିବା ଜଣାପଡିଛି । ସୂଚନା ଅନୁସାରେ ନବୀନ ପଟ୍ଟନାୟକ ପ୍ରାୟ ୭ ଦିନ ଦିଲ୍ଲୀରେ ରହିବେ । ଏହି ସମୟ ମଧ୍ୟରେ ସେ ନିଜ ଭାଇଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଡାକ୍ତରମାନଙ୍କ ସହ ଆଲୋଚନା କରିପାରନ୍ତି । ତେବେ ଦିଲ୍ଲୀ ଗସ୍ତ ସମୟରେ କଛି ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ବ୍ୟକ୍ତିବିଶେଷଙ୍କ ସହ ମଧ୍ୟ ତାଙ୍କର ସାକ୍ଷାତ ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।










