29.8 C
Bhubaneswar
Thursday, April 18, 2024
Homeଦେଶ ବିଦେଶରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ

ରୋମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ମୁଖ୍ୟମନ୍ତ୍ରୀ

ରୋମ୍: ରୋମଠାରେ ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଶ୍ୱର ସର୍ବ ପୂରାତନ ସହର ରୋମରେ ଶାନ୍ତି ଓ ଅହିଂସାର ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ନବୀନ ରୋମରେ ମହାତ୍ମାଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶାସନ ଓ ପ୍ରଶାସନରେ ଗାନ୍ଧୀବାଦକୁ ସର୍ବାଧିକ ଗୁରୁତ୍ୱ ଦେଉଥିବା ମୁଖ୍ୟମନ୍ତ୍ରୀ ୨୦୧୮ରୁ ସମ୍ବିଧାନର ମୁଖବନ୍ଧରେ ମହାତ୍ମାଙ୍କ ଅହିଂସାକୁ ସ୍ଥାନୀତ କରିବାକୁ ପ୍ରସ୍ତାବ ଦେଇଛନ୍ତି । ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ପାଳନ ପାଇଁ ପ୍ରଥମ କମିଟି ବୈଠକରେ ମୁଖ୍ୟମନ୍ତ୍ରୀ ଏହି ପ୍ରସ୍ତାବ ଦେଇଥିଲେ । ଏହା ଜାତିର ପିତାଙ୍କ ପ୍ରତି ତାଙ୍କ ୧୫୦ ତମ ଜୟନ୍ତୀରେ ଶ୍ରେଷ୍ଠ ସମ୍ମାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।  ଗାନ୍ଧୀ ଜୟନ୍ତୀରେ ରାଜ୍ୟର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀଙ୍କ ଉପସ୍ଥିତିରେ ଏହି ପରଶମଣୀକୁ ଲୋକସେବା ଭବନରେ ସ୍ଥାନୀତ କରାଯାଇଛି । ଏହା ଗରିବ ଗୁରୁବା ପାଇଁ ନିର୍ସ୍ବାର୍ଥପର ଭାବେ କାର୍ଯ୍ୟକରିବାକୁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ । ୨୦୧୯ ରେ ଶ୍ରୀ ପଟ୍ଟନାୟକ ଲୋକ ସେବା ଭବନରେ ଗାନ୍ଧିଜୀ ତାଲିସମାନଙ୍କୁ ଉନ୍ମୋଚନ କରିଥିଲେ। ସେହି ସମୟରେ ସେ କହିଥିଲେ ଯେ ଗରିବ ଲୋକଙ୍କ ଗରିବଙ୍କ ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରିବାକୁ ତାଲିସମାନ ସମସ୍ତଙ୍କୁ ପ୍ରେରଣା ଯୋଗାଇବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking