29.1 C
Bhubaneswar
Monday, June 24, 2024
Homeଓଡିଶାଆଜି ନବୀନଙ୍କ ମାରାଥନ ପ୍ରଚାର

ଆଜି ନବୀନଙ୍କ ମାରାଥନ ପ୍ରଚାର

ଭୁବନେଶ୍ବର: ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର କାର୍ଯ୍ୟକ୍ରମ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଖୋର୍ଦ୍ଧା, ନୟାଗଡ, ପୁରୀ ଓ କଟକରେ କରିବେ ପ୍ରଚାର । ଦଳୀୟ ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅପିଲ କରିବେ ମୁଖ୍ୟମନ୍ତ୍ରୀ।

ପ୍ରଥମେ ଖୋର୍ଦ୍ଧା ହାବେଳି ପଡିଆରେ ନିର୍ବାଚନୀ ସଭାରେ ଯୋଗଦେଇ ଜନତାଙ୍କୁ ସମ୍ବୋଧନ କରିବେ। ଏହାପରେ ନୟାଗଡ ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବ। ସେଠୁ ପୁରୀ ତାଳବଣିଆ, ପରେ କଟକ ଅଭିମୁଖେ ଯାଇ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ। ନବୀନଙ୍କ ଗସ୍ତକୁ ନେଇ ସମସ୍ତ ସ୍ଥାନରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ନବୀନଙ୍କ ଝଲକ ପାଇଁ ପ୍ରବଳ ଜନସମାଗମ ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking