29.1 C
Bhubaneswar
Saturday, September 21, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି

ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ୱାସର କେନ୍ଦ୍ରବିନ୍ଦୁ ଓ ପ୍ରତୀକ । ପହଣ୍ଡି ବେଳେ ଅଘଟଣ ଶ୍ରଦ୍ଧାଳୁଙ୍କୁ ବ୍ୟଥିତ କରିଛି । ସ୍ପର୍ଶକାତର ମାମଲାରେ ମନ୍ତ୍ରୀ ହାଲୁକା ମନ୍ତବ୍ୟ ଦେଲେ । ଭକ୍ତର ଭାବାବେଗକୁ ଆଘାତ ଦେଇଛନ୍ତି । ମୁଁ ମଧ୍ୟ ଏଥିରେ ଅତ୍ୟନ୍ତ ମର୍ମାହତ । ଚାରାମାଳରୁ ବଡଠାକୁର ମୁହଁ ମାଡି ହୋଇ ପଡିଯିବା ଅତି ହୃଦୟ ବିଦାରକ ଘଟଣା ଥିଲା । ଏଭଳି ସ୍ପର୍ଶକାତର ମାମଲାରେ ମନ୍ତ୍ରୀ ଯେଉଁଭଳି ହାଲୁକା ମନ୍ତବ୍ୟ ଦେଲେ ଏହା ଭକ୍ତର ଭାବାବେଗକୁ ଦେଇଛି । ସରକାରଙ୍କ ଏଭଳି ଆଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କ ଆଶ୍ୱସ୍ତ କରିବାରେ ସକ୍ଷମ ହେଲା ନାହିଁ ।

ଚଳିତ ବର୍ଷ ଆଡପ ମଣ୍ଡପକୁ ବଡ ଠାକୁରଙ୍କ ପହଣ୍ଡିବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ଵର ଜଗନ୍ନାଥ ପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥ୍‌ତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡିଆ ଜାତିର ଇଷ୍ଟ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶ୍ବତପୂର୍ବ । ଚାରମାଳରେ ପହଣ୍ଡି ସମୟରେ ବଡଠାକୁର ମୁହଁ ମାଡି ପଡିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେଏଭଳି ଘଟଣା କେବେ ଘଟି ନ ଥିଲା । ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣକୁ ବିଶ୍ବାସ କରି ହେଲାନାହିଁ ।

ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରୀମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥ ପ୍ରେମୀଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି । ସରକାରଙ୍କର ଏଭଳି ଆଭିମୁଖ୍ୟ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତ କରିବାରେ ସମର୍ଥ ହେଲାନାହିଁ । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ମୁରବୀ । ଆମ ବିଶ୍ଵାସର କେନ୍ଦ୍ରବିନ୍ଦୁ । ଏହି ପରିପ୍ରେକ୍ଷୀରେ ମୁଁ ଆପଣଙ୍କୁ ଅନୁରୋଧ କରିବାକୁ ଚାହେଁ ଯେ ଆପଣ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣ ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବେ । ମୋର ବିଶ୍ବାସ ଏ ଦିଗରେ ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ କୋଟି କୋଟି ଭକ୍ତଙ୍କୁ ଆଶ୍ୱସ୍ତ କରିବାରେ ସହାୟକ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking