25.1 C
Bhubaneswar
Saturday, February 7, 2026
Homeଓଡିଶାବିଜେଡି ସଭାପତି ପଦ : ଗୁରୁବାର ନାମାଙ୍କନ ଭରିବେ ନବୀନ

ବିଜେଡି ସଭାପତି ପଦ : ଗୁରୁବାର ନାମାଙ୍କନ ଭରିବେ ନବୀନ

ଭୁବନେଶ୍ବର: ବିଜେଡିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି । ଗୁରୁବାର ସଭାପତି ପାଇଁ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ । ବିଜେଡି ସଭାପତି ପଦ ପାଇଁ ନବୀନ ନାମାଙ୍କନ ଭରିବେ ବୋଲି ବିଜେଡି ସମନ୍ନୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର କହିଛନ୍ତି । ଆସନ୍ତା ୧୯ ତାରିଖରେ ବିଧିବଦ୍ଧ ଭାବେ ଘୋଷଣା କରାଯିବ । ଦୁଇଦିନ ଭିତରେ ବିଜେଡି ରାଜ୍ୟ ପରିଷଦ ଓ କାର୍ୟ୍ୟକାରିଣୀ ଗଠନ ହେବ । ସଭାପତି ଘୋଷଣା ପରେ ପର୍ୟ୍ୟାୟ କ୍ରମେ ବିଭିନ୍ନ ଛାମୁଆ ସଂଗଠନ ସଭାପତିଙ୍କ ନାଁ ଘୋଷଣା ହେବ ।

ସେପଟେ ମଙ୍ଗଳବାର ୧୮ଟି ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା ହୋଇଥିଲା । ଅନୁଗୁଳ ଜିଲ୍ଲାର ବିଜେଡି ସଭାପତି ପାଇଁ ବ୍ରଜକିଶୋର ପ୍ରଧାନ, ବରଗଡ ପାଇଁ ସୁଶାନ୍ତ କୁମାର ମହାପାତ୍ର, ଭଦ୍ରକ ପାଇଁ ଜଗନ୍ନାଥ ସ୍ଵାଇଁ, ବୌଦ୍ଧ ପାଇଁ ପ୍ରଦୀପ କୁମାର ଅମାତ, ଦେବଗଡ଼ ପାଇଁ ରୋମାଞ୍ଚ ରଞ୍ଚନ ବିଶ୍ଵାଳ, ଗଜପତି ପାଇଁ ପ୍ରଦୀପ ନାୟକ, ଜଗତସିଂହପୁର ପାଇଁ ପ୍ରଶାନ୍ତ କୁମାର ମୁଦୁଲି, ଯାଜପୁର ପାଇଁ ସରୋଜ କୁମାର ମହାପାତ୍ର, ଝାରସୁଗୁଡ଼ା ପାଇଁ ହରିଶ ଗନ୍ତରା ନିଯୁକ୍ତ ହୋଇଛନ୍ତି । ସେହିପରି କନ୍ଧମାଳ ଜିଲ୍ଲାର ବିଜେଡି ସଭାପତି ଭାବେ ପଦ୍ମନାଭ ବେହେରା, ମାଲକାନଗିରି ପାଇଁ ମାନସ ମାଡକାମି, ମୟୂରଭଞ୍ଜ-୧ ପାଇଁ ସୁଦାମ ମାରାଣ୍ଡି, ନବରଙ୍ଗପୁର ପାଇଁ ମନୋହର ରନ୍ଧାରୀ, ନୟାଗଡ଼ ପାଇଁ ରମେଶ ଚନ୍ଦ୍ର ବେହେରା, ନୂଆପଡ଼ା ପାଇଁ ଅବନୀ ରଞ୍ଜନ ଯୋଶୀ, ପୁରୀ ପାଇଁ ଉମାକାନ୍ତ ସାମନ୍ତରାୟ, ସୁବର୍ଣ୍ଣପୁର ପାଇଁ ସରୋଜ କୁମାର କାମ୍ପା ଓ ସୁନ୍ଦରଗଡ଼ ପାଇଁ ଯୋଗେଶ ସିଂଙ୍କୁ ବିଜେଡି ଜିଲ୍ଲା ସଭାପତି ଭାବେ ଦଳ ଘୋଷଣା କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking