24.1 C
Bhubaneswar
Monday, March 23, 2026
Homeଓଡିଶାଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ଭୁବନେଶ୍ବର: ବି‌ରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇ ଯିବେ। ସେ ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ଏନେଇ ନବୀନ ପଟ୍ଟନାୟକ ନିଜେ ସୂଚନା ଦେଇଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ନବୀନ ପଟ୍ଟନାୟକ କହିଛନ୍ତି, ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ନେଇ ମୋର ଚିକିତ୍ସା ହେବ। ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଏହି ଚିକିତ୍ସା ହେବ। ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌ ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଁଛି। ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ କହିଛନ୍ତି, ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି। ତେବେ ଏହି ଖବର ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କର ସମର୍ଥକମାନେ ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ଏହି ଯାତ୍ରା ଏବଂ ଚିକିତ୍ସା ସମ୍ପର୍କରେ ଅଧିକ ତଥ୍ୟ ଶୀଘ୍ର ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking