ନୟାଗଡ଼ ସହର ୨ ଦିନ ସଟ ଡାଉନ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ତେଣୁ ବିଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ସେହିପରି ନୟାଗଡ଼ ଜିଲ୍ଲାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି । ନୟାଗଡ଼ ଟାଉନକୁ ଦୁଇ ଦିନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ବାଣିକ ସଙ୍ଘ ସହ ଆଲୋଚନା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହିପର ପଦକ୍ଷେପ ଗ୍ରହଣ କରାଯାଇଛି । ସବୁ ଦୋକାନକୁ ପ୍ରଶାସନ ପକ୍ଷରୁ ସାନିଟାଇଜ କରାଯିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହିପରି ପଦକ୍ଷେପ ଗ୍ରହଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ନୟାଗଡ଼ ଜିଲ୍ଲାପାଳ ।
ସୂଚନାଯୋଗ୍ୟ ଯେ , ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ରାଜ୍ୟର ୩୦ ଜିଲ୍ଲାରୁ ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ସଙ୍ଗରୋଧ କେନ୍ଦ୍ରରୁ ଓ ୧୭୪୬ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୦୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here