35.1 C
Bhubaneswar
Monday, March 23, 2026
Homeଓଡିଶାଅବହେଳା ଅକ୍ଷମଣୀୟ: ମୁଖ୍ୟମନ୍ତ୍ରୀ

ଅବହେଳା ଅକ୍ଷମଣୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଠେଲାପେଲାରେ ୩ ଭକ୍ତଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛି କହିଲେ ମୁଖ୍ୟମନ୍ତ୍ରୀ । ମୁଁ ଏବଂ ମୋ ସରକାର ସମସ୍ତ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ । ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଏକ୍ସ ମାଧ୍ୟମରେ ଲେଖି ଜଣାଇଛନ୍ତି ଯେ, ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ। ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking