38.1 C
Bhubaneswar
Friday, April 26, 2024
HomeUncategorizedକେଉଁ ପ୍ରକୃତିର ଥିଲେ ସୁଭାଷ ଚନ୍ଦ୍ର ବୋଷ

କେଉଁ ପ୍ରକୃତିର ଥିଲେ ସୁଭାଷ ଚନ୍ଦ୍ର ବୋଷ

ଭୁବନେଶ୍ୱର,(ଓଏନଏ): ସୁଭାଷ ଚନ୍ଦ୍ର ବୋଷ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ କଟକର ଓଡିଆ ବଜାରଠାରେ ହୋଇଥିଲା । ତାଙ୍କ ପିତାଙ୍କ ନାମ ହେଉଛି ରାୟବାହାଦୂର ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁବାଷ ଚନ୍ଦ୍ର ବୋଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ । ସୁଭାଷ, ବାପା ଜାନକୀ ନାଥ ବୋଷ ଓ ମାତା ପ୍ରଭାବତୀ ଦେବୀଙ୍କ ଠାରୁ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତା ଥିଲେ ଜଣେ ଆଇନଜୀବି । ୧୪ ଭାଇଭଉଣୀଙ୍କ ମଧ୍ୟରୁ ସୁଭାଷ ଥିଲେ ନବମ । ଅନ୍ୟ ଭାଇଭଉଣୀଙ୍କ ପରି ତାଙ୍କ ଶିକ୍ଷା ବାପଟିଷ୍ଟ ମିଶନଦ୍ୱାରା ପରିଚାଳିତ ପ୍ରୋଟେଷ୍ଟାଣ୍ଟ ଇଉରୋପିଆନ ସ୍କୁଲରେ ଜାନୁଆରୀ ୧୯୦୨ରେ ଆରମ୍ଭ ହେଲା । ୧୯୦୯ରେ କଟକର ରେଭେନ୍ସା କଲେଜିଏଚଟ ସ୍କୁଲକୁ ସ୍ଥାନାନ୍ତରଣ ପରେ ସେହିଠାରୁ ସେ ୧୯୧୩ରେ ମ୍ୟାଟ୍ରିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ଉତ୍ତୀର୍ଣ୍ଣ ହେଲେ ।

ପ୍ରଥମ ଦିନରୁ ତାଙ୍କ ପ୍ରଧାନଶିକ୍ଷକ ବେନିମାଧବ ଦାସ ତାଙ୍କ ପ୍ରତିଭାକୁ ଚିହ୍ନିପାରିଥିଲେ । ମାଧ୍ୟମିକ ଶିକ୍ଷା ସମାପ୍ତ କରିବା ପରେ କଲିକତାର ପ୍ରେସିଡେନ୍ସି କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢିଥିଲେ । ପ୍ରେସିଡେନ୍ସି କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ଓଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ । ୧୯୧୯ରେ ପିତାଙ୍କ ବାଧ୍ୟ କରିବା ଦ୍ୱାରା ବିଲାତ ଯାଇ ୧୯୨୦ ମସିହାରେ ଆଇସିଏସ ପରୀକ୍ଷାରେ ୪ର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ । ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାଓାଲାବାଗ ହତ୍ୟାକାଣ୍ଡ ଘଟିଥିଲା । ତେଣୁ ସେ ଅଧାରୁ ତାଲିମ ଛାଡି ଭାରତ ଫେରିଆସିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking