26.1 C
Bhubaneswar
Wednesday, August 10, 2022

ନେତାଜୀଙ୍କ ଛାତ୍ର ଜୀବନ

ଭୁବନେଶ୍ୱର : ଦିନେ ସୁଭାଷ ସନ୍ୟାସୀଙ୍କର ଉଦ୍ଦେଶ୍ୟରେ କହିଥିଲେ ମୁଁ ସମସ୍ତ କ୍ଷେତ୍ରରେ ନିର୍ଭିକ ତଥା ନିର୍ବିକାର କିପରି ଭାବରେ ହୋଇପାରିବି ସେଥିପାଇଁ ଆଶିର୍ବାଦ କରନ୍ତୁ । ଏହା ଶୁଣି ସନ୍ୟାସୀ କହିଥିଲେ ଯେକୈଣସି କାର୍ଯ୍ୟକୁ ସଫଳ କରିବାକୁ ହେଲେ ପ୍ରଥମ ମନକୁ ସଂଯତ ଓ ଦୃଢ଼ଭାବରେ ତୋଳିବାକୁ ହୋଇଥାଏ । କିମ୍ବା ଏସବୁ ପାଇଁ ତମକୁ ଜଣେ ଗୁରୁଙ୍କ ଶିଷତ୍ୱ ଗ୍ରହଣ କରିବାକୁ ପଡ଼ିବ । କିନ୍ତୁ ପରଦିନ ସନ୍ୟାସୀ ସେହିସ୍ଥାନ ପରିତ୍ୟାଗ କରିଚାଲିଯାଇଥିଲେ । ଫଳରେ ସେ ନିରାଶ ହୋଇ ଗୁରୁ ଖୋଜିବା ପାଇଁ ସେଠାରୁ ବାହାରି ବହିତ ଦିନ ବୁଲିଲେ । ଅନେକ ବାଧାବିଘ୍ନର ସମ୍ମୁଖୀନ ହୋଇ ଶେଷର ସେ ଘରକୁ ଫେରି ଆସିଥିଲେ ଏବଂ ପୁନର୍ବାର ପାଠ ପଢିବା ଆରମ୍ଭ କରିଦେଇଥିଲେ ।ଆଉ ମଧ୍ୟ ଇଣ୍ଟରମିଡିଏଟ୍ ପରୀକ୍ଷାରେ ଭଲଭାବରେ କୃତକାର୍ଯ୍ୟ ହେଲେ । ୧୯୧୫ ମସିହାରେ ବି.ଏ ରେଦର୍ଶନ ବିଦ୍ୟାରେ ଅନର୍ସ ଦେଇ ପାଠପଢା ଆରମ୍ଭ କରିଥିଲେ ମଧ୍ୟ ସେ କଲେଜରୁ ହିଁ ରାଜନୀତି ଆରମ୍ଭ କଲେ । ସେ ସର୍ବ ପ୍ରଥମ କଲେଜ ନିର୍ବାଚନରେ ଠିଆହୋଇ ୟୁନିୟନ ନେତା ଭାବରେ ନିର୍ବାଚିତ ହୋଇଥିଲେ । ଏହା ଥିଲା ରାଜନେତା ହେବାର ପ୍ରଥମ ପାହାଚ ।
ଛାତ୍ର ଜୀବନ

ନେତାଜୀଙ୍କୁ ପାଞ୍ଚବର୍ଷ ସମୟ ଅର୍ଥାତ ୧୯୦୨ ମସିହାରେ ତାଙ୍କ ପିତା ଜାନକୀନାଥ ପ୍ରାଥମିକ ଶିକ୍ଷା ନିମନ୍ତେ କଟକ ପ୍ରୋଟେଷ୍ଟାଣ୍ଡ ସ୍କୁଲଠାରେ ନାମ ଲେଖାଇଥିଲେ । ସେଠାରେ ସୁଭାଷ ଜଣେ ମେଧାବୀ ଛାତ୍ର ଭାବରେ ସୁନାମ ଅର୍ଜନ କରିଥିଲେ । ସେହି ସମୟରେ ପ୍ରୋଟେଷ୍ଟାଣ୍ଡ ସ୍କୁଲର ନିୟମ ଅନୁସାରେ ଭାରତରେ ଜନ୍ମ ଗ୍ରହଣ କରିଥିବା ଯେ ଛାତ୍ର ଯେତେ ଅଧିକ ନମ୍ବରରଖି ଉତ୍ତୀର୍ଣ୍ଣ ହୋଇଥିଲେ ମଧ୍ୟ ସେମାନଙ୍କୁ ଅନେକ ବୃତ୍ତି ଦେବା କ୍ଷେତ୍ରରେ ପାତର ଅନ୍ତର ପ୍ରଥା ଅବଲମ୍ବନ କରାଯାଉଥିଲା । ତାହା ହିଁ ଥିଲା ସୁଭାଷଙ୍କ ମନରେ ବିଦ୍ରୋହତା । ପିତା ସୁଭାଷଙ୍କର ମନକଥା ବୁଝି ସୁଭାଷଙ୍କର ଶିକ୍ଷାକୁ ଦେଶୀୟ ହିସାବରେ ଶିକ୍ଷାଦାନ ନିମନ୍ତେ ୧୯୦୯ ମସିହାରେ ପରବର୍ତ୍ତି ଶିକ୍ଷା ବ୍ୟବସ୍ଥା ରେଭେନ୍ସା କଲେଜିଏଟ ସ୍କୁଲରେ ନାମ ଲେଖାଇଥିଲେ ।

୧୯୦୮ମସିହା ଅଗଷ୍ଟ ମାସ ୧୧ ତାରିଖ ଦିନ ଖୁଦୀରାମଙ୍କୁ ଇଂରେଜ ସରକାରଙ୍କଦ୍ୱାରା ଫାସି ଦିଆଯାଇଥିଲା । ସୁଭାଷଙ୍କ ପ୍ରତି ଏହାର ପ୍ରଭାବ ପଡ଼ିଲା । ଛାତ୍ର ଜୀବନ କାଳରେ ୧୯୧୧ ମସିହାରେ ସୁଭାଷ ହେଲେ ବିଶ୍ୱବିଦ୍ୟାଳୟର ଶ୍ରଦ୍ଧାର ପାତ୍ର । ଜଣେ ଦକ୍ଷ ସଂଗଠକ, ସୁଭାଷ ବୋଷଙ୍କଦ୍ୱାରା ଖୁଦିରାମଙ୍କର ସ୍ମୃତି ବାର୍ଷିକ ପାଳନ କରାଗଲା । ପୁନଶ୍ଚ ୧୯୧୧ ମସିହା ଅଗଷ୍ଟ ମାସରେ ରେଭେନ୍ସା କଲେଜିଏଟ ସ୍କୁଲ ଛାତ୍ରାବାସରେ ଚୁଲି ଜଳାଗଲା ନାହିଁ । ସମସ୍ତେ ଉପବାସ ରହି ତାହା ପାଳନ କଲେ । ସ୍ମୃତି ସଭାରେ ସୁଭାଷଙ୍କର ବକ୍ତୃତା ସମସ୍ତ ମର୍ମସ୍ପର୍ଶୀ ହେଲା । ସେ ଦିନ ସୁଭାଷ ତାଙ୍କର ସମସ୍ତ ଛାତ୍ର ବନ୍ଧୁଙ୍କୁ ଉଦ୍ୱୋଧନ ଦେଇ କହିଥିଲେ ଦେଶର ଲୋକମାନଙ୍କୁ ଦେଶାତ୍ମକ କରିବାକୁ ହେଲେ ସେମାନଙ୍କୁ ଦେଶାତ୍ମକ ଧର୍ମରେ ଦୀକ୍ଷିତ କରିବାକୁ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking