28.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରେ ଆଜି ଆଉ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ରାଜ୍ୟରେ ଆଜି ଆଉ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୨୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୦୮ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ଲୋକାଲ କେସ୍ ଭାବରେ ଚିହ୍ନଟ ହୋଇଛନ୍ତି ।ଆଜି ରାଜ୍ୟରେ ୧୯ ଜିଲ୍ଲାରୁ  ୨୫୧ ଜଣ ଚିହ୍ନଟ ହୋଇଛନ୍ତି ଆଜି ସୁଦ୍ଧା ରାଜ୍ୟର ମୋଟ ପଜିଟିଭ ସଂଖ୍ୟା ୭୩୧୬ ହୋଇଥିବା ବେଳେ ୫୧୮୯ ଜଣ ସୁସ୍ଥ ହୋଇଛନ୍ତି । ୨୦୯୪ ଜଣ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି ।
                                             
 
ଆଜି ଚିହ୍ନଟ ହୋଇଥିବା ୨୫୧ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୩୨ ଜଣ, ଖୋର୍ଦ୍ଧାରୁ ୨୬ ଜଣ, ନୟାଗଡ଼ରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି । ପୁରୀ ଓ ବରଗଡ଼ ଜିଲ୍ଲାରୁ ୧୨ ଜଣ ଲେଖାଏଁ ଓ ମାଲକାନଗିରି ଜିଲ୍ଲାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ , ଗଜପତିରୁ  ୬ ଜଣ , ଝାରସୁଗୁଡ଼ା ଓ ମୟୁରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡ଼ା ,ବଲାଙ୍ଗୀର ଓ ଦେବଗଡ଼ରୁ ୪ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୋନପୁର , ଯାଜପୁର ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଅମ୍ପନ ଡ଼୍ୟୁଟି କରିଥିବା ଜଣେ ଏନଡିଆରଏଫ ଯବାନ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬କୁ ବୃଦ୍ଧି ହୋଇଛି । ୨୦୯୪ଜଣ  ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୨୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ବେଳେ ୫୧୮୯ ଜଣ ସୁସ୍ଥ ହୋଇଛନ୍ତି ।
5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking