38.1 C
Bhubaneswar
Friday, April 26, 2024
Homeକରୋନାରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶୁକ୍ରବାର ୨୩ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୬ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୮ହଜାର ୯୨୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୫ ଜଣ ଥିବାବେଳେ ବାଲେଶ୍ୱରରୁ ୨୨ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୭୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୨ ଜଣ, ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୧୬ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୨୩ ଜଣ ଓ ରାଜ୍ୟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୮,୯୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୪, ୮୪୫ ଜଣ ସୁସ୍ଥ ହୋଇଥିବା ବେଳେ ୫,୯୦୬ ଜଣ ସକ୍ରିୟ ମାମଲା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking