32.1 C
Bhubaneswar
Friday, April 26, 2024
Homeଓଡିଶା୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୦ ହଜାର ୬୩୫ ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୦ ହଜାର ୬୩୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ ସଂକ୍ରମଣ ୧୧ ହଜାର ପରେ ରହୁଥିବା ବେଳେ ଏବେ ଏଥିରେ ସାମାନ୍ୟ ହ୍ରାସ ଘଟିଥିବା ପରିଲକ୍ଷିତ ହୋଇଛି । କାରଣ ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ  ୧୦ ହଜାର ୬୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି ।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫୬୪ ଜଣ ସଂକ୍ରମିତ ଅଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୯୪୩ ଜଣ ଥିବା ବେଳେ, କଟକରୁ ୮୮୭, ସମ୍ବଲପୁରରୁ ୬୪୧, ଅନୁଗୁଳରୁ ୫୫୯, କଳାହାଣ୍ଡିରୁ ୪୬୯, ଝାରସୁଗୁଡ଼ାରୁ ୪୫୬, ବରଗଡ଼ରୁ ୪୪୩, ପୁରୀରୁ ୪୩୪, ନବରଙ୍ଗପୁରରୁ ୩୩୬, ନୂଆପଡ଼ାରୁ ୩୨୪, ବଲାଙ୍ଗୀରରୁ ୩୧୮, ବାଲେଶ୍ବରରୁ ୩୦୧, ଯାଜପୁରରୁ ୨୯୦, ଷ୍ଟେଟ୍ ପୁଲରୁ ୨୭୩, ଗଞ୍ଜାମ ୨୬୬, ନୟାଗଡ଼ ୨୫୩, କେନ୍ଦୁଝରରୁ ୧୯୩ ଜଣ ସଂକ୍ରମିତ ଅଛନ୍ତି ।

ଅନ୍ୟପଟେ ମୟୂରଭଞ୍ଜରୁ ୧୭୯, ବୌଦ୍ଧରୁ ୧୭୯, ରାୟଗଡ଼ାରୁ ୧୫୮, ସୋନପୁରରୁ ୧୪୯, ଢେଙ୍କାନାଳରୁ ୧୪୬, ଜଗତସିଂହପୁର ୧୪୦, ଦେବଗଡ଼ରୁ ୧୩୭, କୋରାପୁଟରୁ ୧୨୭, କେନ୍ଦ୍ରାପଡ଼ାରୁ ୧୧୭, ଗଜପତିରୁ ୧୦୧, ଭଦ୍ରକରୁ ୧୦୦, ମାଲକାନଗିରି ୭୯ ଓ କନ୍ଧମାଳରୁ ୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking