31.7 C
Bhubaneswar
Saturday, June 20, 2026
Homeଓଡିଶାଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ

ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ ଯୋଡ଼ିବା ପାଇଁ ପ୍ରୟାସ କରାଯାଉଛି।ଆସନ୍ତା ୧ ଏପ୍ରିଲ ୨୦୨୬ ରୁ ୩୦ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଏକ ମାସ ପାଇଁ ‘ସୁଭଦ୍ରା ପୋର୍ଟାଲ’ ମାଧ୍ୟମରେ ନୂତନ ଆବେଦନ ଗ୍ରହଣ କରାଯିବ । ଯେଉଁ ମହିଳାମାନେ ପୂର୍ବରୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିନାହାଁନ୍ତି, କେବଳ ସେହିମାନେ ହିଁ ଏହି ସମୟସୀମା ମଧ୍ୟରେ ନୂତନ ଭାବେ ଆବେଦନ କରିପାରିବେ । ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନ ଗ୍ରହଣୀୟ ହେବ ନାହିଁ ।ନୂତନ ଆବେଦନଗୁଡିକ ସାଧାରଣ ସେବା କେନ୍ଦ୍ର (CSC) ଏବଂ ଆମ ସେବା କେନ୍ଦ୍ର (ASK) ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରାଯିବ ।ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡି କେନ୍ଦ୍ର (AWC) ଏବଂ CDPO କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଶୁଳ୍କ ଭାବେ ଉପଲବ୍ଧ ଅଛି ।ସୁଭଦ୍ରା ଯୋଜନା ହେଉଛି ରାଜ୍ୟର ମହିଳା ମାନଙ୍କ ପାଇଁ ଏକ ଐତିହାସିକ ପଦକ୍ଷେପ । ଏଥିରୁ ଯେପରି କୌଣସି ଯୋଗ୍ୟ ହିତାଧିକାରୀ ବାଦ୍ ନପଡ଼ନ୍ତି, ସେଥିପାଇଁ ସରକାର ସମସ୍ତ ଆବଶ୍ୟକୀୟ ବ୍ୟବସ୍ଥା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking