26.1 C
Bhubaneswar
Saturday, October 19, 2024
Homeଓଡିଶାଜାରି ହେଲା ନୂଆ ଅବକାରୀ ନୀତି; ଠିପି ବନ୍ଦ ଦୋକାନ ଲାଇସେନ୍ସ ଲାଗି ବଢ଼ିବ ଆପ୍ଲିକେସନ...

ଜାରି ହେଲା ନୂଆ ଅବକାରୀ ନୀତି; ଠିପି ବନ୍ଦ ଦୋକାନ ଲାଇସେନ୍ସ ଲାଗି ବଢ଼ିବ ଆପ୍ଲିକେସନ ଫି’

ଭୁବନେଶ୍ୱର: ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅବକାରୀ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଅବକାରୀ ନୀତି । ଏପ୍ରିଲ ୧ରୁ ରାଜ୍ୟରେ ବିଦେଶୀ ମଦ(ଆଇଏମ୍‌ଏଫ୍‌ଏଲ) ଦର ବୃଦ୍ଧି ପାଇବ । ରାଜ୍ୟ ସରକାର ଆଇଏମଏଫଏଲ୍ ଉପରେ ଅବକାରୀ ସୁଳ୍କ (ଏକ୍ସାଇଜ୍ ଡ୍ୟୁଟି)ରେ ସାମାନ୍ୟ ବୃଦ୍ଧି କରିଛନ୍ତି । ଏହାସହିତ ଆସନ୍ତା ଆର୍ôଥକ ବର୍ଷରେ ରାଜ୍ୟରେ ନୂଆ ଅଫ୍ ସଫ୍ ମଦ ଦୋକାନ ଖୋଲିବା ପାଇଁ ଅନୁମତି ମିଳିବ ନାହିଁ । ସମସ୍ତ ପ୍ରକାରର ଅଫ୍‌-ସପ୍ ମଦ ଦୋକାନ ସଂଖ୍ୟା ବୃଦ୍ଧି ଉପରେ କଟକଣା ଜାରି କରାଯାଇଛି ।

ତେବେ ଏସବୁ ଦୋକାନର ନବୀକରଣ ପାଇଁ ସରକାର ଅନୁମତି ଦେଇଛନ୍ତି । ସେହିପରି ୨୦୨୩-୨୪ ଆର୍ôଥକ ବର୍ଷରେ ଗ୍ରାମାଞ୍ଚଳରେ କୌଣସି ପ୍ରକାରର ଅନ୍ ସପ୍ ଲାଇସେନ୍ସ ପ୍ରଦାନ ନିମନ୍ତେ ନୂଆ ଆବେଦନ ଗ୍ରହଣ କରାଯିବ ନାହିଁ । କେବଳ ସହରାଞ୍ଚଳରେ ତାରକା ହୋଟେଲ ଓ ଅନ୍ୟ ହୋଟେଲଗୁଡ଼ିକର ରୁମ୍ ସଂଖ୍ୟାକୁ ଦୃଷ୍ଟିରେ ରଖି ଅବକାରୀ କମିଶନର ଅନ୍ ସପ୍ ଲାଇସେନ୍ସ ପ୍ରଦାନ କରିପାରିବେ । ବିଶେଷକରି ସହରାଞ୍ଚଳରେ ରୁମ୍ ବ୍ୟବସ୍ଥା ଥିବା ହୋଟେଲକୁ ବାର୍ ଅନୁମତି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ଜାରି କରିଥିବା ଅବକାରୀ ନୀତିରେ ଉଲ୍ଲେଖ କରାଯାଇଛି ।

ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଆଜି ଜାରି ହୋଇଥିବା ନୂଆ ଅବକାରୀ ନୀତି ଆସନ୍ତା ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ନୂଆ ଅବକାରୀ ନୀତିରେ ରାଜ୍ୟ ସରକାର ଲାଇସେନ୍ସ ଫି’, ଏମଜିକ୍ୟୁ(ସର୍ବନିମ୍ନ ନିଶ୍ଚିତ ପରିମାଣ), ମଦ ପ୍ରସ୍ତୁତ ପାଇଁ ଆବେଦନ ଫି’, ଯୋଗାଣକାରୀ ଓ ରିଟେଲର ଫି’ରେ ସାମାନ୍ୟ ବୃଦ୍ଧି କରିଛନ୍ତି । ଅନ୍ ସପ୍ ମଦଦୋକାନକୁ ଅଫ୍ ସପ୍ ଭଳି କାଉଣ୍ଟର ବିକ୍ରି ଉପରେ କଟକଣା ଜାରି ହୋଇଛି । ସମସ୍ତ ଅଫ ସଫ୍‌, ଅନ ସପ୍ ଲାଇସେନ୍ସଧାରୀଙ୍କୁ ସବୁ ପରିମାଣର ବିଦେଶୀ ମଦ ନେବାକୁ ପଡ଼ିବ । ତେବେ କେବଳ ଏଫ୍‌ଏଲ୍ ଅନ୍ ଲାଇସେନ୍ସଧାରୀଙ୍କୁ ଓଡ଼ିଶା ମଦ ନିଗମରୁ କେଜ୍ ବିୟର ଉଠାଇବାକୁ ଅନୁମତି ରହିଛି ।

ବିୟର ପାର୍ଲରଗୁଡ଼ିକ ବିୟର ବିକ୍ରି ସହ ୱାଇନ୍ ମଧ୍ୟ ବିକ୍ରି କରିପାରିବେ । ଏହାସହିତ ଦେଶରେ ପ୍ରସ୍ତୁତ ବିଦେଶୀ ମଦ( ଆଇଏମଏଫଏଲ) ଉପରେ ଅବକାରୀ ଟିକସ ସାମାନ୍ୟ ବୃଦ୍ଧି କରାଯାଇଛି । ବିଦେଶରେ ପ୍ରସ୍ତୁତ ବିଦେଶୀ ମଦ(ଏଫଏମଏଫଏଲ୍ ), ୱାଇନ୍ ଓ ବିୟର ଦର ଅପରିବର୍ତ୍ତିତ ରହିବ । ରାଜ୍ୟ ସରକାର ଇଜି ଅଫ୍ ଡୁଇଙ୍ଗ ବିଜିନେସକୁ ପ୍ରୋତ୍ସାହିତ କରିବା ନିମନ୍ତେ ପରମିଟ୍‌, ଲାଇସେନ୍ସ, ପେମେଣ୍ଟ ଆଦି ଫାଇଭ-ଟିକୁ କାର୍ଯ୍ୟକାରୀ କରିଛନ୍ତି ।

ଗୁଇନ୍ଦା ତଥ୍ୟ ଆଧାରରେ ଜ୍ଞାନକୌଶଳର ଉପଯୋଗ କରାଯାଇ ମଦ ଚୋରାଚାଲାଣ ଓ ବିକ୍ରିକୁ ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରାଯିବ । ଅଫ୍ ସପ୍ ଗୁଡିକରେ ମଦର ଦାମ୍‌, ଦୋକାନ ଖୋଲିବା ଏବଂ ବନ୍ଦ ସମୟ ଉଲ୍ଲେଖ କରାଯିବା, କେଉଁ ବୟସର ବ୍ୟକ୍ତିଙ୍କୁ ମଦ ଦିଆଯିବ ନାହିଁ, ମଦ ସ୍ୱାସ୍ଥ୍ୟ ପ୍ରତି କ୍ଷତିକାରକ ଉଲ୍ଲେଖ କରିବା ବାଧ୍ୟତାମୂଳ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking