34.1 C
Bhubaneswar
Friday, October 18, 2024
Homeଓଡିଶା୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ

୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ

ପୁରୀ : ଆଜି ଘୋଷଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ନୀତି ହେବ । ୧୨ ଦିନର ଲୀଳାଖେଳା ଶେଷ ପରେ ଆଜି ନୀଳାଦ୍ରି ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିର ରତ୍ନ ସିଂହାସନକୁ ଫେରିଯିବେ ଚତୁର୍ଦ୍ଧାମୂର୍ତ୍ତି । ଆଜି ଅପରାହ୍ଣ ୪ଟାରୁ ଆରମ୍ଭ ହେବ ରଥାରୁଢ ଚତୁର୍ଦ୍ଧାମୂରତିଙ୍କ ଗୋଟି ପହଣ୍ଡି । ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଏନେଇ ଶ୍ରୀମନ୍ଦିର ପ୍ରବେଶ ବେଳେ ଜଗନ୍ନାଥଙ୍କ ବାଟ ଓଗାଳିବେ ମା’ ଲକ୍ଷ୍ମୀ । ଅଭିମାନରେ ଜୟବିଜୟ ଦ୍ୱାର ବନ୍ଦ କରିଦେବା ପରେ ସେଠାରେ ଜଗନ୍ନାଥ ଓ ମହାଲକ୍ଷ୍ମୀଙ୍କ ପକ୍ଷରୁ ବଚନିକା ଅନୁଷ୍ଠିତ ହେବ । ଏହି ବଚନିକାରେ ମହାଲକ୍ଷ୍ମୀ ମାନଭଞ୍ଜନ ପାଇଁ ଭିତର ମହାପାତ୍ର ରସଗୋଲା ଭୋଗ କରିବେ । ଜଗନ୍ନାଥ ରସଗୋଲା ଖୁଆଇ ମା’ ଲକ୍ଷ୍ମୀଙ୍କ ମାନଭଞ୍ଜନ କରିବାର ପରମ୍ପରା ରହିଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking