28.1 C
Bhubaneswar
Sunday, September 8, 2024
Homeଓଡିଶାପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ସୁକାନ୍ତ ନାୟକ

ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଲେ ସୁକାନ୍ତ ନାୟକ

ଭୁବନେଶ୍ୱର: ପଦ୍ମ ଛାଡ଼ି ଶଙ୍ଖ ଫୁଙ୍କିଛନ୍ତି ନୀଳଗିରି ବିଧାୟକ ସୁକାନ୍ତ ନାୟକ । ରବିବାର ଶଙ୍ଖଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଶ୍ରୀ ନାୟକ ନିଜ ସମର୍ଥକଙ୍କ ସହ ବିଜେଡିରେ ବିଧିବଦ୍ଧଭାବେ ସାମିଲ ହୋଇଛନ୍ତି ।

ବିଜେଡିରେ ଯୋଗ ଦେବା ପରେ ସୁକାନ୍ତ କହିଛନ୍ତି, ଆମେ ଆରମ୍ଭରୁ ବିଜୁ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ । କିନ୍ତୁ ଅଭିମାନରେ ୨୦୧୯ରେ ବିଜେଡି ଛାଡିଥିଲୁ । ଯେଉଁ ଦଳରେ ଯୋଗ ଦେଇଥିଲୁ ସେ ଦଳରେ ଆମ କର୍ମୀଙ୍କୁ ଗୁରୁତ୍ୱ ଦିଆଗଲାନି । କିନ୍ତୁ ପୁଣିଥରେ ବିଜେଡିକୁ ଫେରିବାକୁ ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ । ଆମର ଘରବାହୁଡା ହୋଇଛି । ନୀଳଗିରିରେ ବିକାଶର ଧାରାକୁ ଆଗକୁ ନେବାକୁ ବିଜେଡିରେ ମିଶିଛି ।

ସୁକାନ୍ତ ବିଜେଡିରେ ଯୋଗଦେବା ସହ ପୁରୁଣା ଘରକୁ ବାହୁଡିଛନ୍ତି । ବିଜେପିରୁ ବିଧାୟକ ଭାବେ ନିର୍ବାଚିତ ହେବା ପୂର୍ବରୁ ୨୦୧୪ରେ ବିଜେଡି ଟିକେଟରେ ବିଧାୟକ ହୋଇଥିଲେ ସୁକାନ୍ତ । ତେବେ ୨୦୧୯ରେ ସୁକାନ୍ତଙ୍କ ଟିକେଟ କାଟିଥିଲା ବିଜେଡି । ତେଣୁ ବିଜେପିରେ ଯୋଗ ଦେବା ସହ ଟିକେଟ ନେଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking