33.1 C
Bhubaneswar
Saturday, April 27, 2024
Homeଅପରାଧନିର୍ଭୟା ଗଣଦୁଷ୍କର୍ମ ମାମଲା: ଦୋଷୀଙ୍କୁ ଫାଶୀରେ ଝୁଲାଇବାକୁ ନୂଆ ଡେଥ୍ ଓ୍ଵାରେଣ୍ଟ ଜାରି ପାଇଁ ଅନୁମତି...

ନିର୍ଭୟା ଗଣଦୁଷ୍କର୍ମ ମାମଲା: ଦୋଷୀଙ୍କୁ ଫାଶୀରେ ଝୁଲାଇବାକୁ ନୂଆ ଡେଥ୍ ଓ୍ଵାରେଣ୍ଟ ଜାରି ପାଇଁ ଅନୁମତି ଦେଲେ ସୁପ୍ରିମ୍ କୋର୍ଟ

ନୂଆଦିଲ୍ଲୀ: ଗତକାଲି ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ସୁପ୍ରିମ୍ କୋର୍ଟ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ଜଣ ଦୋଷୀଙ୍କୁ ଯଥାଶୀଘ୍ର ଫାଶୀରେ ଝୁଲାଇବା ପାଇଁ ଆଉ ଏକ ନୂତନ ‘ମୃତ୍ୟୁ ପରଓ୍ଵାନା’ (ଡେଥ୍ ଓ୍ଵାରେଣ୍ଟ) ଜାରି ପାଇଁ ‘ଟ୍ରାଏଲ କୋର୍ଟ’ରେ ଆବେଦନ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି।ପ୍ରକାଶ ଥାଉ କି ଗତ ଫେବ୍ରୁଆରି ୫ ତାରିଖରେ ୨୦୧୨ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଯଥାଶୀଘ୍ର ଫାଶୀରେ ଝୁଲାଇବା ପାଇଁ କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୁଲିସ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ତାଙ୍କର ରାୟ ଘୋଷଣା କରି କହିଥିଲେ ଯେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କ ମାମଲାକୁ ଅଲଗା ଅଲଗା ବିଚାର କରାଯାଇ ପାରିବ ନାହିଁ। ଏଥିସହ ଫାଶୀ ଦଣ୍ଡାଦେଶର କାର‌୍ୟ୍ୟକାରୀତା ପୂର୍ବରୁ ଦୋଷୀମାନଙ୍କ ନିକଟରେ ଯେଉଁ ସମସ୍ତ ନ୍ୟାୟିକ ବିକଳ୍ପ ଉପଲବ୍ଧ ରହିଛି ସେସବୁ ଆସନ୍ତା ୭ ଦିନ ମଧ୍ୟରେ ଶେଷ କରିବାକୁ ମଧ୍ୟ ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
ଏହାପରେ ଦିଲ୍ଲୀ ହାଇକୋର୍ଟଙ୍କ ଏହି ରାୟ ବିରୋଧରେ କେନ୍ଦ୍ର ସରକାର ଆଉ ଥରେ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୁପ୍ରିମ୍ କୋର୍ଟର ବିଚାରପତି ଜଷ୍ଟିସ୍ ଆର ଭାନୁମତୀ, ଜଷ୍ଟିସ୍ ଅଶୋକ ଭୂଷଣ ଓ ଜଷ୍ଟିସ୍ ଏ ଏସ୍ ବୋପାନ୍ନାଙ୍କୁ ନେଇ ଗଠିତ ଏକ ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଯଥାଶୀଘ୍ର ଫାଶୀରେ ଝୁଲାଇବା ପାଇଁ ଆଉ ଏକ ନୂତନ ‘ମୃତ୍ୟୁ ପରଓ୍ଵାନା’  ଜାରି ପାଇଁ ‘ଟ୍ରାଏଲ କୋର୍ଟ’ରେ ଆବେଦନ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ଅଭିଯୁକ୍ତ ମାନଙ୍କୁ ଆଉ ନୂତନ ସୁଯୋଗ ପ୍ରଦାନ କରାଯାଇ ପାରିବ ନାହିଁ। ଏବଂ ଆଇନ ତା’ ବାଟରେ କାମ କରିବ। ତେଣୁ ଏହି ମାମଲାର ପରବର୍ତ୍ତୀ ଶୁଣାଣିକୁ ଫେବ୍ରୁଆରି ୧୩ ତାରିଖକୁ ଧାର‌୍ୟ୍ୟ କରିଛନ୍ତି ସୁପ୍ରିମ୍ କୋର୍ଟ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking