39.1 C
Bhubaneswar
Tuesday, April 23, 2024
Homeଦେଶ ବିଦେଶନିର୍ଭୟା ମାମଲା: ଆଜି ଦିନ ଗୋଟାଏରେ ରାୟ

ନିର୍ଭୟା ମାମଲା: ଆଜି ଦିନ ଗୋଟାଏରେ ରାୟ

ନୂଆଦିଲ୍ଲୀ : ସାରା ଦେଶବାସୀ ଅପେକ୍ଷା କରି ବସିଛନ୍ତି ଦିନ ଗୋଟାଏକୁ | ଆଜି ଦିନ ଗୋଟାଏରେ ଆସିବ ନିର୍ଭୟା ମାମଲାର ରାୟ | ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଅଭିଯୁକ୍ତ ଅକ୍ଷୟ କୁମାର ସିଂର ପୁନର୍ବିଚାର ଆବେଦନ ଉପରେ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଶେଷ ହୋଇଛି । ନବଗଠିତ ଏକ ତିନିଜଣିଆ ବେଞ୍ଚ ଏହି ଆବେଦନର ଶୁଣାଣି ଶେଷ କରିଛନ୍ତି । ଏହି ତିନି ଜଣିଆ ଖଣ୍ଡପୀଠରେ ଅଛନ୍ତି ଜଷ୍ଟିସ ଆର ବାରୋମତି,ଜଷ୍ଟିସ ଏ ଏସ ବୋପନ୍ନା ଏବଂ ଜଷ୍ଟିସ ଅଶୋକ ଭୂଷଣ | ଦିନ ଗୋଟାଏରେ ଏହାର ରାୟ ଆସିବ ।
ଏହି ଆବେଦନର ଶୁଣାଣି ଗତକାଲି ହେବାକୁ ଥିଲେ ମଧ୍ୟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ. ବୋବଡ଼େ ଏହି ଶୁଣାଣି ପାଇଁ ଗଠିତ ବେଞ୍ଚରୁ ନିଜକୁ ପ୍ରତ୍ୟାହାର କରିବା ପରେ ଏକ ନୂଆ ବେଞ୍ଚ ଗଠନ କରାଯାଇଥିଲା ଓ ଶୁଣାଣି ବୁଧବାରକୁ ଘୁଞ୍ଚିଥିଲା । ପ୍ରଧାନ ବିଚାରପତିଙ୍କ ପୁତୁରା ପୂର୍ବରୁ ଏହି ମାମଲାରେ ନିର୍ଭୟାର ପକ୍ଷ ରଖିଥିବାରୁ ମାମଲାର ନିରପେକ୍ଷତା ପାଇଁ ପ୍ରଧାନ ବିଚାରପତି ନିଜକୁ ଏହି ବେଞ୍ଚରୁ ପ୍ରତ୍ୟାହାର କରିନେଇଥିଲେ । ଏହି ମାମଲାର ଶୁଣାଣି ପାଇଁ ଏକ ନୂଆ ତିନିଜଣିଆ ବେଞ୍ଚ ଗଠନ କରାଯାଇଥିଲା । ଏଠାରେ ଉଲ୍ଲେଖଯୋଗ୍ୟ ଯେ, ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ପାରାମେଡ଼ିକାଲ ଛାତ୍ରୀ ନିର୍ଭୟାକୁ ଏକ ଚଳନ୍ତା ବସରେ ଗଣ-ଦୁଷ୍କର୍ମ କରାଯିବା ସହ ଅମାନୁଷିକ ନିର୍ଯ୍ୟାତନା ଦିଆଯାଇଥିଲା । ୬ ଜଣ ବ୍ୟକ୍ତି ଏହି କାଣ୍ଡ ଘଟାଇବା ପରେ ତାକୁ ଚଳନ୍ତା ବସରୁ ଫିଙ୍ଗିଦେଇଥିଲେ । ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ନିର୍ଭୟା, ସେହିବର୍ଷ ଡିସେମ୍ବର ୨୯ରେ ସିଙ୍ଗାପୁରର ମାଉଣ୍ଟ ଏଲିଜାବେଥ ହସପିଟାଲରେ ମୃତ୍ୟୁବରଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking