ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ନିତି ଆୟୋଗ ବୈଠକ ବସିଛି । ଦିଲ୍ଲୀ ପ୍ରଗତି ମଇଦାନ ସ୍ଥିତ ଭାରତ ମଣ୍ଡପମରେ ବୈଠକ ବସିଛି । ଏହି ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଯୋଗ ଦେଇଛନ୍ତି । ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଏହି ବୈଠକରେ ଯୋଗ ଦେଇଛନ୍ତି । ବୈଠକରେ ବିକଶିତ ଭାରତ-୨୦୪୭ର ରୂପରେଖ ସମ୍ପର୍କରେ ଆଲୋଚନା ହୋଇପାରେ । ଗତ ବର୍ଷ ଜୁଲାଇ ୨୭ର ନିତି ଆୟୋଗର ନବମ ଗଭର୍ନିଂ କାଉନସିଲ୍ ବୈଠକ ବସିଥିଲା । ଏଥିରେ ଆଲୋଚନା ହୋଇଥିବା ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ପରବର୍ତ୍ତୀ ସମୟରେ ରାଜ୍ୟ ସରକାର ସେଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ କେଉଁ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ଅବଗତ କରାଇବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ବୈଠକରେ ଜାତୀୟ ବିକାଶ ରଣନିତି ତଥା ରାଜ୍ୟର ପ୍ରଗତି ଉପରେ ମଧ୍ୟ ଆଲୋଚନା ହେବ ।