27.1 C
Bhubaneswar
Tuesday, April 1, 2025
Homeଓଡିଶା୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର; ୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର

୩ ଦିନ ଯାଏ ତାତିରୁ ନାହିଁ ନିସ୍ତାର; ୮ ସହରରେ ତାପମାତ୍ରା ୪୦ ଡିଗ୍ରୀ ପାର

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ପରେ ପୁଣି ଉପରମୁହାଁ ହୋଇଛି ପାରଦ । ଆସନ୍ତା ୩ଦିନ ଯାଏ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର କିଛି ଜିଲ୍ଲାରେ ତାପମାତ୍ରା ୪୨ ଡିଗ୍ରୀ ଅତିକ୍ରମ କରିପାରେ । ତିନି ଦିନ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ରେକର୍ଡ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ହିଟୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଆସନ୍ତାକାଲି ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର,ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ାରେ ତାପମାତ୍ରା ବଢିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାର୍ଚ୍ଚ ୩୦ ପାଇଁ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ ,ସମ୍ବଲପୁର ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ାରେ ସର୍ବାଧିକ ୪୧.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ହୀରାକୁଦରେ ୪୦.୧ ସମ୍ବଲପୁରରେ ୪୦ଡିଗ୍ରୀ ରେକର୍ଡ କରାଯାଇଛି ।

ସେହିପରି ଭୁବନେଶ୍ୱରରେ ୩୮.୫ ଓ କଟକରେ ୩୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏପ୍ରିଲ ୨ ତାରିଖ ବେଳକୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହୋଇପାରେ । କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆର୍ଦ୍ରତା ପରିମାଣ ବୃଦ୍ଧି ସହ ବାୟୁର ଦିଶା ପରିବର୍ତ୍ତନକୁ ନେଇ ୨ କିମ୍ବା ୩ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ”ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ରେକର୍ଡ ହୋଇଛି । ୮ଟି ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ତାପମାତ୍ରା ରେକର୍ଡ ହୋଇଛି । ୩ ଦିନ ପାଇଁ କିଛି ଜିଲ୍ଲାରେ ତାପମାତ୍ରା ୪୨ ଡିଗ୍ରୀ ବଢିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତାପମାତ୍ରା ବଢୁଥିବାରୁ ସମସ୍ତେ ପାଣି ପିଅନ୍ତୁ ।”

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking