15.1 C
Bhubaneswar
Thursday, December 11, 2025
Homeଓଡିଶାମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ

ମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ

ଭୁବନେଶ୍ୱର:ବନ୍ଦ ହେଲା ଲକ୍ଷ୍ମୀ ବସ୍‌! ଆଉ ଗଡିବନି ଲକ୍ଷ୍ମୀ ଏସି ବସ୍‌। ମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ। ୬ଟି ରୁଟରେ ବସ ଚଳାଚଳ ବାତିଲ କରାଯାଇଛି। ଆରଟିଓ ବସ ଚଳାଚଳ ପରମିଟ ବାତିଲ କରିଛନ୍ତି। ସବୁ ବସ ଅପରେଟର ଏହାକୁ ମାନିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବ୍ଲକରୁ ଜିଲ୍ଲା ସଦର ମହକୁମାକୁ ଚାଲୁଥିବା ଏହି ସବୁ ବସ ବାତିଲ ହୋଇଛି।
ସାରା ରାଜ୍ୟରେ ୫୭ଟି ଲକ୍ଷ୍ମୀ ଏସି ବସ ଚଳାଚଳ କରୁଥିଲା। ଏହା ମଧ୍ୟରୁ ୨୮ଟି ବସ ଚଳାଚଳ ବନ୍ଦ କରାଯାଇଛି। ପୂର୍ବ ସରକାର ମାଲକାନଗିରି ଜିଲାରୁ ଲକ୍ଷ୍ମୀ ବସ ସେବା ଆରମ୍ଭ କରିଥିଲେ। ନୂଆ ସରକାର ଆସିବା ପରେ ଲକ୍ଷ୍ମୀ ବସ ଚଳାଚଳକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ଏବେ ମାଲକାନଗିରି ଜିଲାରେ ଲକ୍ଷ୍ମୀ ଏସି ବସ ଚଳାଚଳ ବନ୍ଦ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking