31.1 C
Bhubaneswar
Monday, May 6, 2024
Homeଓଡିଶା୪ ଦିନ ଯାଏଁ ତାତିରୁ ନାହିଁ ନିସ୍ତାର: ୨୬ ଓ ୨୭ରେ ସିଭିୟର୍ ହିଟୱେଭ୍

୪ ଦିନ ଯାଏଁ ତାତିରୁ ନାହିଁ ନିସ୍ତାର: ୨୬ ଓ ୨୭ରେ ସିଭିୟର୍ ହିଟୱେଭ୍

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ତେବେ ମଙ୍ଗଳବାର ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ହେଲେ ଆହୁରି ୪ ଦିନ ଯାଏଁ ଗ୍ରୀଷ୍ମପ୍ରବାହ ଜାରି ରହିବ । ଆସନ୍ତା ୨୭ ପର୍ଯ୍ୟନ୍ତ ତାତିରୁ ନିସ୍ତାର ମିଳିବନି । ଅପରପେକ୍ଷ ଆସନ୍ତା ୨୬ ଓ ୨୭ରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ସ୍ଥିତି ଗମ୍ଭୀର ହେବ । ୨୬ରେ ସିଭିୟର୍ ହିଟୱେଭ୍ ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଥିବା ବେଳେ ୨୭ରେ ସିଭିୟର୍ ହିଟୱେଭ୍ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ୨୪ ଓ ୨୫ ତାରିଖରେ ଉତ୍ତର ଓ ଉପକୂଳରେ ଗ୍ରୀଷ୍ମପ୍ରବାହ ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ଶୁକବ୍ରାର ଏବଂ ଶନିବାର ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ କରାଯାଇଛି । ତେବେ ୨୪ ଓ ୨୫ ତାରିଖରେ କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନ ମଧ୍ୟ ରହିଛି । ଗତକାଲିଠାରୁ କାଳବୈଶାଖୀ ପାଇଁ ବାୟୁମଣ୍ଡଳର ମଧ୍ୟ ଓ ଉପରି ଭାଗରେ ବାୟୁ ଚଳାଚଳ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ପବନ ତଥା କିଛି ଜିଲ୍ଲାରେ କୁଆପଥର ବର୍ଷା ଜାରି ରହିଛି । ଏହାଦ୍ୱାରା ଆଗାମୀ ଦୁଇ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ହ୍ରାସ ପାଇବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ସେହିପରି ୨୬ ରେ ସିଭିୟର୍ ହିଟୱେଭ୍ ନେଇଅରେଞ୍ଜ ୱାର୍ଣ୍ଣିଂ କରାଯାଇଥିବା ୧୧ ଜିଲ୍ଲା ହେଉଛି, ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା । ୨୭ ରେ ସିଭିୟର୍ ହିଟ୍ ୱେଭ୍ ନେଇଅରେଞ୍ଜ ୱାର୍ଣ୍ଣିଂ କରାଯାଇଥିବା ୧୯ ଜିଲ୍ଲାଗୁଡିକ ହେଲା ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼,ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା । ଆଜି ରାଜ୍ୟର ୧୮ଟି ସହର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି । ପାରଳାଖେମୁଣ୍ଡି ପାଲଟିଥିଲା ରାଜ୍ୟର ଉତ୍ତପ୍ତ ସହର । ଏଠାରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି । ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ପାରଳାଖେମୁଣ୍ଡିରେ ୪୨.୮ ଡିଗ୍ରୀ, ନୟାଗଡ଼ରେ ୪୨.୨ ଡିଗ୍ରୀ, ଭୁବନେଶ୍ୱରରେ ୪୧.୮ ଡିଗ୍ରୀ, ବଲାଙ୍ଗିରରେ ୪୧.୮ ଡିଗ୍ରୀ, ଅନୁଗୋଳରେ ୪୧.୭ ଡିଗ୍ରୀ, ମାଲକାନଗିରିରେ ୪୧.୫ ଡିଗ୍ରୀ, ବାରିପଦାରେ ୪୧.୨ ଡିଗ୍ରୀ, ନୂଆପଡ଼ାରେ ୪୧.୨ ଡିଗ୍ରୀ, ଟିଟିଲାଗଡ଼ରେ ୪୧ ଡିଗ୍ରୀ, ବୌଦ୍ଧରେ ୪୦.୭ ଡିଗ୍ରୀ, ଭବାନୀପାଟଣାରେ ୪୦.୬ ଡିଗ୍ରୀ,ଚାନ୍ଦବାଲିରେ ୪୦.୪ ଡିଗ୍ରୀ, ବାଲେଶ୍ୱରରେ ୪୦.୩ ଡିଗ୍ରୀ, ଝାରସୁଗୁଡ଼ାରେ ୪୦.୨ ଡିଗ୍ରୀ, ତାଳଚେରରେ ୪୦ ଡିଗ୍ରୀ, ସୋନପୁରରେ ୪୦ ଡିଗ୍ରୀ, ଯାଜପୁରରେ ୪୦ ଡିଗ୍ରୀ, କେନ୍ଦ୍ରାପଡ଼ାରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଫୁଲବାଣୀରେ ୩୯.୯ ଡିଗ୍ରୀ, ଜଗତସିଂହପୁରରେ ୩୯.୮ ଡିଗ୍ରୀ,ରାୟଗଡ଼ାରେ ୩୯.୬ ଡିଗ୍ରୀ, ନବରଙ୍ଗପୁରରେ ୩୯.୫ ଡିଗ୍ରୀ, ଖୋର୍ଦ୍ଧାରେ ୩୯.୫ ଡିଗ୍ରୀ, ସମ୍ୱଲପୁରରେ ୩୯ ଡିଗ୍ରୀ, ଛତ୍ରପୁରରେ ୩୯ ଡିଗ୍ରୀ, ଭଦ୍ରକରେ ୩୯ ଡିଗ୍ରୀ, ପାରାଦୀପରେ ୩୮.୮ ଡିଗ୍ରୀ, ହୀରାକୁଦରେ ୩୮.୬ ଡିଗ୍ରୀ, ଢେଙ୍କାନାଳରେ ୩୮.୬ ଡିଗ୍ରୀ, କଟକରେ ୩୮.୨ ଡିଗ୍ରୀ, ରାଉରକେଲାରେ ୩୮.୧ ଡିଗ୍ରୀ, କେନ୍ଦୁଝରରେ ୩୭.୮ ଡିଗ୍ରୀ, ସୁନ୍ଦରଗଡ଼ରେ ୩୭ ଡିଗ୍ରୀ, ଦେବଗଡ଼ରେ ୩୭ ଡିଗ୍ରୀ, ଗୋପାଳପୁରରେ ୩୬.୫ ଡିଗ୍ରୀ, ପୁରୀରେ ୩୫.୨ ଡିଗ୍ରୀ ଓ କୋରାପୁଟର ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ କରାଯାଇଛି । ଆସନ୍ତା ୪୮ଘଣ୍ଟା ମଧ୍ୟରେ ଅର୍ଥାତ ବୁଧବାର ଓ ଗୁରୁବାର ନୂଆପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ (ଉଷ୍ମ-ଆଦ୍ରତା) ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking