25.1 C
Bhubaneswar
Saturday, March 21, 2026
Homeଓଡିଶାସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇନାହିଁ

ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ନୀତିଗତ ନିଷ୍ପତ୍ତି ହୋଇନାହିଁ

ଭୁବନେଶ୍ୱର : କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସ୍ୱାସ୍ଥ୍ୟବୀମା ସହିତ ଦିଆଯାଉଥିବା ଅନ୍ୟ ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି । ତେବେ ବର୍ତ୍ତମାନ ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ କୌଣସି ନୀତିଗତ ନିଷ୍ପତ୍ତି ହୋଇନାହିଁ । ସାମ୍ବାଦିକମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସୂଚନା ଲୋକସମ୍ପର୍କ ବିଭାଗର ପୋର୍ଟାଲରେ ମୋଟ୍‍ ୮୭୩୨ ଜଣ କାର୍ଯ୍ୟରତ ସାମ୍ବାଦିକ ନାମ ପଞ୍ଜିକରଣ କରିଛନ୍ତି ।

ପ୍ରାପ୍ତ ସୂଚନା ଅନୁଯାୟୀ ଝାରସୁଡା ଜିଲ୍ଲାରେ ମୁଦ୍ରଣ ଓ ବୈଦ୍ୟୁତିକ ଗଣମାଧ୍ୟମର ୮୨ଜଣ ଗଣମାଧ୍ୟମ ପ୍ରତିନିଧି କାର୍ଯ୍ୟରତ ଅଛନ୍ତି । କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନଙ୍କ ପରିବାରକୁ ସରକାରଙ୍କ ତରଫରୁ ବାର୍ଷିକ ୫ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ପ୍ରଦାନ କରାଯାଉଛି । ଏହାବାଦ୍‍ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ୪ଲକ୍ଷ ଟଙ୍କାର ମୃତ୍ୟୁକାଳୀନ ସହାୟତା ଦିଆଯାଇଥାଏ । ସାମ୍ବାଦିକଙ୍କ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପିଲାମାନଙ୍କୁ ଶିକ୍ଷା ପାଇଁ ସହାୟତାର ବ୍ୟବସ୍ଥା ରହିଛି । ଏହାର ପରିମାଣ ଦଶମଶ୍ରେଣୀ ପର୍ଯ୍ୟନ୍ତ ମାସିକ ୧୫୦୦ ଟଙ୍କା ଓ ଉଚ୍ଚଶିକ୍ଷା ପାଇଁ ମାସିକ ୨୫୦୦ ଟଙ୍କା ଅଟେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking