35.1 C
Bhubaneswar
Thursday, March 5, 2026
Homeଓଡିଶାଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର

ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର

ବର୍ତ୍ତମାନ ରାଜ୍ୟର ନିଯୁକ୍ତ ଅଛନ୍ତି ୩୮୯୩ ଜଣ ନୋଡାଲ ଅଧିକାରୀ ଓ ୧୦୩୧ ଜଣ ସୁପରଭାଇଜର

ଭୁବନେଶ୍ୱର:  ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ମଣ୍ଡି ଉପରେ କଡା ନଜର ରଖିବାକୁ ରାଜ୍ୟ ସରକାର କଡା ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି ଉଦ୍ଦେଶ୍ୟରେ ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । କୌଣସି ଯୋଗ୍ୟ ଚାଷୀ ଧାନ କିଣା ବେଳେ ସମସ୍ୟାର ସମ୍ମୁଖୀନ ନହୁଅନ୍ତି, ଏଥିପ୍ରତି ଯଥେଷ୍ଟ ଧ୍ୟାନ ଦିଆଯାଉଛି । ମଣ୍ଡିରେ ଚାଷୀ ମାନଙ୍କ ନିମନ୍ତେ ସୁବିଧା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା ମଧ୍ୟ କରାଯାଇଛି । ବର୍ତ୍ତମାନ ବର୍ତ୍ତମାନ ରାଜ୍ୟର ୩୦ଟି ଜିଲ୍ଲାର ୩୯୦୩ ମଣ୍ଡି ପାଇଁ ୩୮୯୩ ଜଣ ନୋଡାଲ ଅଧିକାରୀ ନିଯୁକ୍ତ ହୋଇ ଧାନ ସଂଗ୍ରହ ପ୍ରକ୍ରିୟା ଉପରେ ନଜର ରଖିଛନ୍ତି ।

ଚାଷୀ ମାନଙ୍କ ସହାୟତା ପାଇଁ ପ୍ରତ୍ୟେକ ମଣ୍ଡିରେ ନୋଡାଲ ଅଧିକାରୀ ମାନେ ନିଯୁକ୍ତ ହେବା ସହ ଦୁଇରୁ ତିନୋଟି ମଣ୍ଡି ଦାୟିତ୍ୱରେ ଜଣେ ସୁପରଭାଇଜରଙ୍କୁ ନିଯୁକ୍ତ ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୩୧ ଜଣ ସୁପରଭାଇଜରଙ୍କୁ ଆବଶ୍ୟକତା ଅନୁଯାୟୀ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଯୁକ୍ତ କରାଯାଇଛି । ଏହି ଅଧିକାରୀ ମାନେ ମଣ୍ଡିକୁ ଆସୁଥିବା ପ୍ରତ୍ୟେକ ଚାଷୀଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିବା ସହ ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏପରିକି ଚାଷୀ ମାନେ ସେମାନଙ୍କ ଅଭିଯୋଗ ପ୍ରତ୍ୟକ୍ଷ ଭାବେ ଜଣାଇବାର ମଧ୍ୟ ବ୍ୟବସ୍ଥା କରାଯାଇଛି । ରାଜ୍ୟର ପଞ୍ଜିକୃତ ଚାଷୀ ମାନଙ୍କ ଠାରୁ ଧାନ କିଣା ଯିବା ସହ କ୍ୱିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟତା ମୂଲ୍ୟ ବାବଦକୁ ୨୩ଶହ ଟଙ୍କା ଓ ଇନପୁଟ ସହାୟତା ରାଶି ଭାବେ ୮ଶହ ଟଙ୍କା ପ୍ରଦାନ କରାଯାଉଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking