25.8 C
Bhubaneswar
Saturday, July 27, 2024
Homeଓଡିଶାଦେବାଶିଷ , ଶୁଭଙ୍କରଙ୍କ ନାମାଙ୍କନ

ଦେବାଶିଷ , ଶୁଭଙ୍କରଙ୍କ ନାମାଙ୍କନ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ; ନାମାଙ୍କନ କଲେ ବିଜେଡିର ୨ ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ କଲେ । ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ।ଦେବାଶିଷ ବିଜେଡିର ଟାଣୁଆ ନେତା ଭାବେ ପରିଚିତ । ସେ ୨୦୦୦ ମସିହାରେ ପ୍ରଥମେ ତିର୍ତ୍ତୋଲରୁ ଜିତିଥିଲେ । ଏହାପରେ ସେ ବାରବାଟୀ-କଟକରୁ ୨ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ମାତ୍ର ଗତ ନିର୍ବାଚନରେ ସେ ପରାସ୍ତ ହୋଇଥିଲେ। ସେହିଭଳି ଶୁଭାଶିଷ ପୁରୀର ଟାଣୁଆ ଯୁବନେତା ଭାବେ ପରିଚିତ । ସେ ରାଜ୍ୟ ଯୁବ ବିଜେଡି ଉପସଭାପତି ଅଛନ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଆଗେଇନେବାରେ ତାଙ୍କର ବଡ଼ ଯୋଗଦାନ ଥିଲା । ତାଙ୍କ ଦକ୍ଷତା ଓ ସକ୍ରିୟତାକୁ ଆଧାର କରି ନବୀନ ତାଙ୍କୁ ରାଜ୍ୟସଭା ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ ଦଳୀର ତୃତୀୟ ପ୍ରାର୍ଥୀ କିଏ ସେ ସଂପର୍କରେ କିଛି ଘୋଷଣା ହୋଇନି । ବିଜେଡିରୁ କିଏ ଯିବ ରାଜ୍ୟସଭା? ଏହାକୁ ନେଇ ଦଳୀୟ ମହଲରେ ବେଶ୍‌ ଚର୍ଚ୍ଚା ଲାଗି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking