ଭୁବନେଶ୍ୱର: ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ । ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି । ବିଜେପିରୁ ମନମୋହନ ସାମଲ , ସୁଜିତ କୁମାର ସେହିପରି ବିଜେଡି ରୁ ସଂତୃପ୍ତ ମିଶ୍ର ଏବଂ କମନ କ୍ୟାଣ୍ଡିଡେଟ ଡାକ୍ତର ଦତ୍ତେଶ୍ୱର ହୋତା ଓ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ନାମାଙ୍କନ ଦାଖଲ କରିବେ । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍ ।










