30.1 C
Bhubaneswar
Wednesday, April 24, 2024
Homeଓଡିଶାଉପନିର୍ବାଚନ ପାଇଁ ବିଜ୍ଞପ୍ତି

ଉପନିର୍ବାଚନ ପାଇଁ ବିଜ୍ଞପ୍ତି

ବାଲେଶ୍ୱର : ରାଜ୍ୟରେ ୨ଟି ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ବାଜିଲା ନିର୍ବାଚନ ବିଗୁଲ୍ । ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଅକ୍ଟୋବର ୧୬ ଯାଏ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ଅକ୍ଟୋବର ୧୯ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ । ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଭିତରେ ପ୍ରାର୍ଥୀପତ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ମାସ ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ ନିର୍ବାଚନ ହେବା ପାଇଁ ଘୋଷଣା କରାଯାଇଛି । ଏହାପରେ ନଭେମ୍ବର ୧୦ ତାରିଖରେ ଭୋଟ୍ ଗଣତି କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking