31.7 C
Bhubaneswar
Saturday, June 20, 2026
Homeଓଡିଶାଏମ୍ସ ବର୍ଣ୍ଣ ୱାର୍ଡ ବାହାରେ ନୋଟିସ

ଏମ୍ସ ବର୍ଣ୍ଣ ୱାର୍ଡ ବାହାରେ ନୋଟିସ

ଭୁବନେଶ୍ବର: ପୁରୀଜିଲ୍ଲା  ବଳଙ୍ଗା ଅଞ୍ଚଳର ଜଣେ ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି। ହସ୍‌ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ବେଳେ ରୋଗୀଙ୍କ ସେବା ରେ ବାଧା ସୃଷ୍ଟି ହେଉଛି। ଏଥି ସହିତ ଘଟଣାସ୍ଥଳ ସମ୍ବେଦନଶୀଳ ଥିବାରୁ ନେତା ଓ କର୍ମୀମାନଙ୍କୁ ଏଠାରେ ପ୍ରବେଶ ନଦିଆଯିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି। ସେହିପରି ବ୍ୟାରିକେଡ ବାହାରକୁ ଏବେ ନେତା ଓ କର୍ମୀଙ୍କୁ କଢ଼ାଯିବା ପାଇଁ ଯୋଜନା କରାଯାଇଛି। ବର୍ଣ୍ଣ ୱାର୍ଡ଼ ବାହାରେ ସ୍ବତନ୍ତ୍ର ବ୍ୟରିକେଡ କରାଯାଇଛି। ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking