25.1 C
Bhubaneswar
Saturday, February 14, 2026
Homeଓଡିଶାଟି-ସେତୁରେ ଯାନବାହାନ ଚଳାଚଳ ଉପରେ କଟକଣା ପାଇଁ ବିଜ୍ଞପ୍ତି

ଟି-ସେତୁରେ ଯାନବାହାନ ଚଳାଚଳ ଉପରେ କଟକଣା ପାଇଁ ବିଜ୍ଞପ୍ତି

କଟକ: ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଆସନ୍ତା ମକର ସଂକ୍ରାନ୍ତି ଅବସରରେ ଜାନୁଆରୀ ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଆଠଗଡସ୍ଥିତ ପ୍ରଭୁ ସିଂହନାଥ ପୀଠଠାରେ ମକର ମେଳା ଏବଂ ଉତ୍ସବର ଭବ୍ୟ ଆୟୋଜନ କରାଯାଉଛି। ଏହି ମେଳାରେ କଟକ ସମେତ ଅନ୍ୟାନ୍ୟ ଆଖପାଖ ଜିଲ୍ଲାମାନଙ୍କରୁ ପୂଜା ଅର୍ଚ୍ଚନା ନିମନ୍ତେ ଦୁଇଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କର ଜନସମାଗମ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସିଂହନାଥ ପୀଠକୁ ସଂଯୋଗ କରୁଥିବା ବୈଦେଶ୍ୱର-ବଡ଼ମ୍ବା, ଟି-ସେତୁ ଉପରେ ସେମାନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦେବା ସହ ଯେପରି କୈଣସି ଅଘଟଣ ନ ଘଟେ ସେଥିପ୍ରତି ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଅଛି। ଏହି ଉତ୍ସବ ସମୟରେ ଉକ୍ତ ସେତୁ ଉପରେ ଯାନବାହନ ଯାତାୟାତ ନିମନ୍ତେ କଟକଣା ଜାରି କରାଯିବା ସହ ନୟାଗଡ ପଟୁ ବଡ଼ମ୍ବା ଆସୁଥିବା ସମସ୍ତ ଯାନବାହନ ଗୁଡିକୁ ସିଦ୍ଧମୂଳା ସେତୁ ଦେଇ ବଡମ୍ବା ଅଭିମୁଖେ ଗତି କରିବ, ସେହି ଭଳି ବଡ଼ମ୍ବା ପଟୁ ଭୁବନେଶ୍ୱର ଓ ଖୋର୍ଦ୍ଧା ଯାଉଥିବା ଯାନବାହନ ଗୁଡିକ ଜାତମୁଣ୍ଡିଆ ସେତୁ ଦେଇ ଗତି କରିବ । ଏହି ମେଳା ସମୟରେ ଯାନବାହାନ ଚଳାଚଳର ନିୟନ୍ତ୍ରଣ, କଟକଣା ଓ ଗତିପଥ ପରିବର୍ତ୍ତନ ସମ୍ବନ୍ଧରେ ପୁଲିସ ଅଧିକ୍ଷକଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking