42.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି

ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲିଠାରୁ ପ୍ରାର୍ôଥପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ୨୮ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ୮୮ ସଂସଦୀୟ କ୍ଷେତ୍ରରେ ନିର୍ବାଚନ କରାଯିବ । ବାହ୍ୟ ମଣିପୁର ସଂସଦୀୟ କ୍ଷେତ୍ରର ବିଜ୍ଞପ୍ତିକୁ ପ୍ରଥମ ପର୍ଯ୍ୟାୟ ପାଇଁ ଜାରି ଗେଜେଟ୍ ବିଜ୍ଞପ୍ତିରେ ସାମିଲ କରାଯାଇଥିଲା । ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ । ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି- ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ । ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking