29.1 C
Bhubaneswar
Thursday, October 17, 2024
HomeଓଡିଶାNTCAର ଟାଇଗର ରିକଭରି ପ୍ଲାନ ଅନୁୟାୟୀ ସାତକୋଶିଆକୁ ଆସିବେ ମହାବଳ ବାଘ

NTCAର ଟାଇଗର ରିକଭରି ପ୍ଲାନ ଅନୁୟାୟୀ ସାତକୋଶିଆକୁ ଆସିବେ ମହାବଳ ବାଘ

ସାତକୋଶିଆ ଅଭୟାରଣ୍ୟକୁ ୧୨ରୁ ୧୪ଟି ମହାବଳ ବାଘ ଅଣାଯିବ । NTCAର ଟାଇଗର ରିକଭରି ପ୍ଲାନ ଅନୁୟାୟୀ ଏହାକୁ ୫ ବର୍ଷ ଭିତରେ କାର୍ଯ୍ୟକାରୀ କରାଯିବ । ପାଞ୍ଚ ବର୍ଷରେ ପର୍ଯ୍ୟାୟକ୍ରମେ ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ମହାବଳ ବାଘ ଅଣାଯିବ ନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ।

୨୦୦୭ରେ ସାତକୋଶିଆରେ ୧୩ରୁ ୧୫ ବାଘ ଥିବା ବେଳେ ଏବେ ଏହା ବାଘ ଶୂନ୍ୟ ହୋଇଯାଇଛି । ତେଣୁ ଟାଇଗର ରିକଭରି ପ୍ଲାନ ଅନୁଯାୟୀ ବାଘ ଆଣିବାକୁ ଯୋଜନା ଅଛି ବୋଲି କହିଛନ୍ତି ପିସିସିଏଫ । ସୁନ୍ଦରୀକୁ ନେଇ ସ୍ଥାନୀୟ ଲୋକଙ୍କ ଭିତରେ ଭୁଲ ବୁଝାମଣା ଥିଲା । ତେବେ ଏହି ଯୋଜନା କେବଳ ସ୍ଥାନୀୟ ଲୋକଙ୍କ ସହାୟତାରେ ହିଁ ସଫଳ ହୋଇପାରିବ ବୋଲି ସେ କହିଛନ୍ତି ।

ତେବେ ସାତକୋଶିଆର କୋର ଏରିଆ ଏବେ ଖାଲି ହୋଇଗଲାଣି । ଅଭୟାରଣ୍ୟର ଅନ୍ୟ ଅଞ୍ଚଳରୁ ଲୋକ ସ୍ବଇଚ୍ଛାରେ ସ୍ଥାନାନ୍ତର ହେଲେ ଯାଇ ପ୍ରକଳ୍ପ ଆରମ୍ଭ ହେବ ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking