17.1 C
Bhubaneswar
Wednesday, February 4, 2026
Homeଓଡିଶାନୂଆପଡା ଉପନିର୍ବାଚନ: ୯ଟା ସୁଦ୍ଧା ୧୪.୯୯% ଭୋଟିଂ

ନୂଆପଡା ଉପନିର୍ବାଚନ: ୯ଟା ସୁଦ୍ଧା ୧୪.୯୯% ଭୋଟିଂ

ନୂଆପଡା: ଆଜି ନୂଆପଡା ଉପନିର୍ବାଚନ । ସୁରୁଖୁରୁରେ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ନୂଆପଡାରେ ୧୪.୯୯% ଭୋଟିଂ ହୋଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି, ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଜଣ ମତଦାତା ନେତା ବାଛିବେ । ସେମାନଙ୍କ ମଧ୍ୟରେ ୧ ଲକ୍ଷ ୨୪ ହଜାର ୧୦୮ ଜଣ ପୁରୁଷ , ୧ ଲକ୍ଷ ୨୯ ହଜାର ୪୯୫ ମହିଳା, ୧୭୮୬ ଜଣ ବରିଷ୍ଠ ନାଗରିକ, ୯୪୨୯ ଜଣ ନୂଆ ଭୋଟର ଓ ୩୯୮୮ ଜଣ ଭିନ୍ନକ୍ଷମ ଭୋଟର ରହିଛନ୍ତି । ଭୋଟଗ୍ରହଣ ପାଇଁ ମୋଟ ୩୫୮ଟି ମତଦାନ କେନ୍ଦ୍ର ରହିଛି । ତନ୍ମଧ୍ୟରୁ ୪୭ଟି ବୁଥ୍ ସମ୍ବେଦନଶୀଳ ଏବଂ ୮ଟି ଅତିସମ୍ବେଦନଶୀଳ ବୁଥ୍ ରୂପେ ଚିହ୍ନଟ ହୋଇଛି। ପୋଲିଂଦଳର ସଦସ୍ୟମାନେ ନୂଆପଡ଼ା ଗୋତମା ଏୟାରଷ୍ଟ୍ରିପ୍‌ରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଅତିସମ୍ବେଦନଶୀଳ ବୁଥ୍‌କୁ ଯାଇଛନ୍ତି।

ସୁନାବେଡ଼ା ଅଭୟାରଣ୍ୟ ସଂଲଗ୍ନ ଏହି ୮ଟି ବୁଥ୍‌ ସୋସେଙ୍ଗ, ସୋସେଙ୍ଗ-୨, ଦେଓସିଲ, ସୁନାବେଡ଼ା, ସୁନାବେଡ଼ା-୧(ଏ), ଜାମଗାଁ, ଗାତିବେଡ଼ା-୧ ଓ ଗାତିବେଡ଼ା-୨ ବୁଥ୍‌କୁ ହେଲିକପ୍ଟରରେ ଆଜି ଦିନ ୧୨ଟାରେ ପୋଲିଂଦଳ ଯାଇଛନ୍ତି ।  ୧୧ ତାରିଖ ଅପରାହ୍‌ଣ ୫ଟା ଯାଏଁ ମତଦାନ ପ୍ରକ୍ରିୟା ଜାରି ରହିବ। ସମ୍ବେଦନଶୀଳ ବୁଥ୍‌ରେ ଅପରାହ୍ଣ ୪ଟା ଯାଏଁ ଭୋଟଗ୍ରହଣ ହେବ। ସମ୍ବେଦନଶୀଳ ବୁଥ୍‌ରେ ସଶସ୍ତ୍ର ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି।ନୂଆପଡ଼ା ଉପନିର୍ବାଚନ ରଣାଙ୍ଗନରେ ବିଜେପିରୁ ଜୟ ଢୋଲକିଆ, ବିଜେଡିର ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସର ଘାସିରାମ ମାଝୀଙ୍କ ସହ ମୋଟ ୧୪ ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking