26.1 C
Bhubaneswar
Wednesday, March 25, 2026
Homeଓଡିଶାନୂଆପଡା ଉପନିର୍ବାଚନ: ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଜୟୀ

ନୂଆପଡା ଉପନିର୍ବାଚନ: ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଜୟୀ

ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜେପିର ବଡ ବିଜୟ । ନୂଆପଡା ପାଇଲା ନୂଆ ବିଧାୟକ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ବଡ ବିଜୟ ହୋଇଛି । ପ୍ରତି ରାଉଣ୍ଡରେ ଆଗୁଆ ରହି ଜିତିଲେ ଜୟ । ୮୩ ହଜାର ୭୪୮ ଭୋଟରେ ଜିତିଲେ ଜୟ ଢୋଲକିଆ । ଦ୍ୱିତୀୟ ସ୍ଥାନରେ କଂଗ୍ରେସ , ତୃତୀୟରେ ବିଜେଡି ରହିଛି ।ଜୟ ‌ଢୋଲକିଆ ୧, ୨୩, ୮୬୯ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୪୦,୧୨୧ ଖଣ୍ଡ ଭୋଟ୍‌ ମିଳିଛି। ଅର୍ଥାତ ଜୟ ଢୋଲକିଆ ୮୩,୭୪୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଓ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ବିଜୟ ପାଇଁ ଆଶା ରଖିଥିଲେ ମଧ୍ୟ ସେମାନଙ୍କୁ ଜନତା ଗ୍ରହଣ କରିନାହାନ୍ତି। ତେବେ ନିର୍ବାଚନ କମିସନ ପକ୍ଷରୁ ନୂଆପଡ଼ା ନିର୍ବାଚନ ନେଇ ଆନୁଷ୍ଠାନିକ ଭାବେ ଘୋଷଣା ବାକି ଅଛି।ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରା କରିଛନ୍ତି। ସେ ଖରିଆର ରୋଡ୍‌ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking