ନୂଆପଡା: ନୂଆପଡାରେ ବଡ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଦ୍ୱାଦଶ ରାଉଣ୍ଡ ସୁଦ୍ଧା ୪୦ ହଜାର ୩୧୩ ଭୋଟରେ ଆଗୁଆ ଜୟ ଢୋଲକିଆ । ଦ୍ୱାଦଶ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୫୯, ୩୬୬ ଭୋଟ ମିଳିଛି । ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୯ ହଜାର ୫୩ ଭୋଟ ମିଳିଛି । ତୃତୀୟ ସ୍ଥାନରେ ଘାସିରାମଙ୍କୁ ୧୭ ହଜାର ୪୩୭ ଭୋଟ ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ହୋଇଥିବା ମତଦାନର ଗଣତି ଜାରି ରହିଛି ।ଷ୍ଟ୍ରଙ୍ଗ ରୁମରେ ସିଲ ହୋଇଥିବା ଇଭିଏମ ଖୋଲାଯାଇଛି । ଏକାସାଙ୍ଗେ ପୋଷ୍ଟାଲ ବାଲାଟ ଓ ଇଭିଏମ ଗଣତି ଚାଲିଛି । ପ୍ରଥମ ରାଉଣ୍ଡର ଗଣତି ସରିଛି । ଶୁକ୍ରବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି । ଏବଂ ଭୋଟ ଗଣତି ଶେଷ ହେଲା ପରେ ଫଳାଫଳ ପ୍ରକାଶ ପାଇବ । ଏନେଇ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୩୫୮ଟି ବୁଥରେ ମତ ଗଣତି ହେବ । ଏଥିପାଇଁ ୧୪ଟି ଟେବୁଲ କରାଯାଇଛି । ୨୬ ରାଉଣ୍ଡରେ ଭୋଟ ଗଣତି ହେବ ।
ନୂଆପଡା ଉପନିର୍ବାଚନ: ଏକାଦଶ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟରେ ବିଜେପି ଆଗୁଆ









