ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଆଜି ନିଜ ସମର୍ଥକମାନଙ୍କ ସହ ଆସି ନାମାଙ୍କନ ଭରିଛନ୍ତି । ସେ ଦୁଇଟି ସେଟ୍ ଦାଖଲ କରିଛନ୍ତି । ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି । ଏହି ଅବସରରେ ପିସିସି ସଭାପତି ଭକ୍ତ ଚରଣ ମାଝୀ ଓ ବରିଷ୍ଠ ସଦସ୍ୟ ସୁରେଶ ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଏଣେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ମଧ୍ୟ ନାମାଙ୍କନ ଭରିଛନ୍ତି । ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନଭେମ୍ବର ୧୧ ତାରିଖରେ ଦିନ ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ ହେବ।ସୂଚନାଯୋଗ୍ୟ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ୨୦୨୪ ସାଧାରଣ ନିର୍ବାଚନରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିଥିଲେ ।









