24.1 C
Bhubaneswar
Saturday, March 21, 2026
Homeଓଡିଶାନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥୀ

ନୂଆପଡ଼ା ଉପନିର୍ବାଚନ: ସ୍ନେହାଙ୍ଗିନୀ ଛୁରିଆ ବିଜେଡି ପ୍ରାର୍ଥୀ

ଭୁବନେଶ୍ବର: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଆଜି ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି।

ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଜୋରଦାର ଚର୍ଚ୍ଚା ଚାଲିଥିଲା।

ସୂଚନାଯୋଗ୍ୟ, ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ‌ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି। ଏଥିପାଇଁ ଦଳର ବରିଷ୍ଠ ନେତାଙ୍କୁ ଡାକିଥିଲେ। ନବୀନଙ୍କ ଡାକରା କ୍ରମେ ମନୋଜ ମିଶ୍ର ଆସିଥିଲେ, ଯିଏକି ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ଲୋକାଲ ଆକ୍ସନ କମିଟି ସଦସ୍ୟ ଅଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking