ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଆଜି ପ୍ରକାଶିତ ହେବ ଭୋଟର ଚିଠା ତାଲିକା । ଆଜିଠୁ ୨୮ ତାରିଖ ପର୍ଯ୍ୟନ୍ତ ଦାବି ଓ ଆପତ୍ତି ସମୟସୀମା । ଅକ୍ଟୋବର ୭ ତାରିଖରେ ସରିବ ଦାବି ଓ ଆପତ୍ତି ନିଷ୍ପତ୍ତି ହୋଇଛି । ଅକ୍ଟୋବର ୯ରେ ପ୍ରକାଶ ପାଇବ ନୂଆ ଭୋଟର ତାଲିକା । ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡା ଉପନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ନୂଆପଡା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ । ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।










