26.1 C
Bhubaneswar
Thursday, May 22, 2025
Homeଓଡିଶାହାଇକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା

ହାଇକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା

କଟକ : କଲେଜିୟମ୍ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ । ୪ ବରିଷ୍ଠ ଆଇନଜୀବୀ ହେବେ ଓଡ଼ିଶା ହାଇକୋର୍ଟର ବିଚାରପତି । ଓଡ଼ିଶା ହାଇକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା । ଓଡ଼ିଶା ହାଇକୋର୍ଟରେ ୨୭ ଜଣ ବିଚାରପତି ପଦ ରହିଥିବା ବେଳେ ବିଚାରପତି ଅଭାବରୁ ଅନେକ ମାମଲା ଦୀର୍ଘ ଦିନ ଧରି ପଡ଼ି ରହୁଛି । ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ୍ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ୪ ଜଣ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ । ବରିଷ୍ଠ ଆଇନଜୀବୀ ଭି ନରସିଂହ, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ସତପଥୀ ଓ ଶ୍ରୀ ରମଣ ମୁରାହରି ଙ୍କୁ ବିଚାରପତି ଭାବେ ନିଯୁକ୍ତି ଦିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking