32.1 C
Bhubaneswar
Friday, April 26, 2024
Homeଓଡିଶାଓଏଏସ୍‌ ସ୍ତରରେ ଅଦଳବଦଳ

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଓଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ ଜଳସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ପ୍ରଦୀପ କୁମାର ଦାଶଙ୍କୁ ଇସ୍ପାତ ଓ ଖଣି ବିଭାଗର ସ୍ୱତନ୍ତ୍ର ସଚିବ ଦାୟିତ୍ବ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ଅଭୟ କୁମାର ନାୟକଙ୍କୁ ବଦଳି କରାଯାଇଛି। ବରିଷ୍ଠ ଓଏଏସ୍ ବିଷ୍ଣୁପ୍ରସାଦ ମିଶ୍ରଙ୍କୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ, ବିଭୂପ୍ରସାଦ ଷଡ଼ଙ୍ଗୀଙ୍କୁ ଓଏସଏସଏସସି ସଚିବ ଭାବେ ବଦଳି କରାଯାଇଛି।
ଶରତ ଚନ୍ଦ୍ର ପଣ୍ଡାଙ୍କୁ ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ୱ ଏବଂ ପ୍ରକାଶ ଚନ୍ଦ୍ର ମହାନ୍ତିଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଯୁଗ୍ମ ସଚିବ ଦାୟିତ୍ୱ ଭାବେ ପ୍ରଦାନ କରାଯାଇଛି। ମନୋଜ କୁମାର ପାଢ଼ୀଙ୍କୁ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ୱ, ମନୋରଞ୍ଜନ ମଲ୍ଲିକଙ୍କୁ ଗଜପତି ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଲକ୍ଷ୍ମଣ କୁମାର ମଲ୍ଲିକଙ୍କୁ ଦେବଗଡ଼ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ଭିନସେଣ୍ଟ ପୁନାମକାନ୍ତ ଏକ୍କାଙ୍କୁ ସମ୍ବଲପୁର ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ୱ ମିଳିଛି। ପ୍ରକାଶ ଚନ୍ଦ୍ର ବେହେରାଙ୍କୁ ବାଲେଶ୍ୱର ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ, ସର୍ବେଶ୍ୱର ସିଂଙ୍କୁ ଓଡ଼ିଶା ଲୋକାୟୁକ୍ତ କାର୍ଯ୍ୟାଳୟରେ ଉପନିର୍ଦ୍ଦେଶକ(ତଦନ୍ତ) ଦାୟିତ୍ୱ, କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ ଦାୟିତ୍ୱ, ପ୍ରଶାନ୍ତ କୁମାର ରାଉତଙ୍କୁ ନବରଙ୍ଗପୁର ଉପଜିଲ୍ଲାପାଳ, ଯସ୍ମିନ ପଟ୍ଟନାୟକଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଯୁଗ୍ମ ସଚିବ, ରଞ୍ଜନ କୁମାର ଜେନାଙ୍କୁ ବାଙ୍କି ଉପଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।
ସେହିପରି ଉଦ୍ଧବ ଚରଣ ମାଝୀ ଏବଂ କୃଷ୍ଣ ପ୍ରସାଦ ପତିଙ୍କ ବଦଳି ବାତିଲ କରାଯାଇଛି। ଉଦ୍ଧବ ଚରଣ ମାଝୀଙ୍କୁ କେନ୍ଦୁଝର ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଏବଂ କୃଷ୍ଣ ପ୍ରସାଦ ପତିଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ଭାବେ ମଧ୍ୟ କାର‌୍ୟ୍ୟ କରିବାକୁ କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking