27.1 C
Bhubaneswar
Tuesday, August 18, 2026
Homeଓଡିଶାରାଜ୍ୟ ପୋଲିସ ମୁଖ୍ୟାଳୟ ସମେତ ସମସ୍ତ ଥାନା ଓ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଶପଥ ପାଠ

ରାଜ୍ୟ ପୋଲିସ ମୁଖ୍ୟାଳୟ ସମେତ ସମସ୍ତ ଥାନା ଓ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଶପଥ ପାଠ

କଟକ : ନିଶାମୁକ୍ତ ଭାରତ ଅଭିଯାନ ଅଧୀନରେ ନିଶାମୁକ୍ତ ସମାଜ ଗଠନ ଏବଂ ନିଶାଦ୍ରବ୍ୟର କୁପ୍ରଭାବ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଆଜି ରାଜ୍ୟ ପୋଲିସ ମୁଖ୍ୟାଳୟ, କଟକ ସମେତ ରାଜ୍ୟର ୩୫ଟି ପୋଲିସ ଜିଲ୍ଲାର ସମସ୍ତ ଥାନା ଓ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସାମୂହିକ ନିଶାମୁକ୍ତି ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି।

ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ସାମିଲ ହୋଇ ନିଶାଦ୍ରବ୍ୟର କୁପ୍ରଭାବରୁ ନିଜକୁ, ପରିବାରକୁ ଓ ସମାଜକୁ ସୁରକ୍ଷିତ ରଖିବା ପାଇଁ ଦୃଢ଼ ସଙ୍କଳ୍ପ ନେଇଥିଲେ। ନିଜେ ନିଶାଦ୍ରବ୍ୟ ସେବନରୁ ସମ୍ପୂର୍ଣ୍ଣ ଦୂରେଇ ରହିବା ସହ ବନ୍ଧୁବର୍ଗ, ପରିବାର ସଦସ୍ୟ ଓ ସମାଜର ଅନ୍ୟମାନଙ୍କୁ ନିଶାର କୁପ୍ରଭାବ ସମ୍ପର୍କରେ ସଚେତନ କରିବା ଏବଂ ଓଡ଼ିଶାକୁ ନିଶାମୁକ୍ତ କରିବା ଦିଗରେ ସକ୍ରିୟ ଭୂମିକା ନେବା ପାଇଁ ସମସ୍ତେ ଶପଥ ଗ୍ରହଣ କରିଥିଲେ।

ନିଶାମୁକ୍ତ ସମାଜ ଗଠନରେ ଯୁବଶକ୍ତିର ଭୂମିକାକୁ ସର୍ବାଧିକ ଗୁରୁତ୍ୱ ଦେଇ ଏହି ଅଭିଯାନ ମାଧ୍ୟମରେ ସାରା ରାଜ୍ୟରେ ନିଶା ନିବାରଣର ବାର୍ତ୍ତା ପହଞ୍ଚାଇବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଏଥିସହ ପୋଲିସ ପ୍ରଶାସନ ପକ୍ଷରୁ ଏକ ସୁସ୍ଥ, ସୁରକ୍ଷିତ ଓ ନିଶାମୁକ୍ତ ଓଡ଼ିଶା ଗଠନ ପାଇଁ ଦୃଢ଼ ପ୍ରତିବଦ୍ଧତା ପ୍ରକାଶ କରାଯାଇଛି।

ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଅନୁଷ୍ଠିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଆଇଜିପି (କାର୍ମିକ) ଶ୍ରୀ ପ୍ରବୀଣ କୁମାର, ଆଇଜିପି (କେନ୍ଦ୍ରାଞ୍ଚଳ) ଶ୍ରୀ ସତ୍ୟଜିତ ନାୟକ, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (କାର୍ମିକ) ଶ୍ରୀ ଯୁଗଳ କିଶୋର ବୋନଥଙ୍କ ସମେତ ପୋଲିସ ମୁଖ୍ୟାଳୟର ଅନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ସାମୂହିକ ଭାବେ ନିଶାମୁକ୍ତି ଶପଥ ଗ୍ରହଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking