32.1 C
Bhubaneswar
Saturday, June 22, 2024
Homeଓଡିଶାଆମର ସମସ୍ତ କାର୍ଯ୍ୟକ୍ରମରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ଵ ଦିଆଯିବ : ମୁଖ୍ୟମନ୍ତ୍ରୀ

ଆମର ସମସ୍ତ କାର୍ଯ୍ୟକ୍ରମରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ଵ ଦିଆଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ମିଉଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍. ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀରେ ସେ ମାଲ୍ୟାର୍ପଣ କରି ବରପୁତ୍ର ମାନଙ୍କ ଆଶୀର୍ବାଦ କାମନା କରିଥିଲେ। ଏହି ଅବସରରେ ସେ କହିଛନ୍ତି ଯେ ଦେଶର ସ୍ଵାଧୀନତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ଓ ଓଡ଼ିଆ ଅସ୍ମିତାର ସୁରକ୍ଷାରେ ଆମର ଏହି ବରପୁତ୍ର ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି। ରାଜ୍ୟର ନୂଆ ସରକାର ଓଡ଼ିଆ ଅସ୍ମିତାର ସୁରକ୍ଷା ଉପରେ ଗୁରୁତ୍ବ ଦେଇ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ଓ କରି ଚାଲିବେ ବୋଲି ସେ କହିଥିଲେ। ଏହି ଅବସରରେ ଉପ ମୂଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ବିଧାୟକ ଓ ବିଧାୟିକା ମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking