29.1 C
Bhubaneswar
Wednesday, April 24, 2024
Homeଓଡିଶାଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ

ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ

ଭୁବନେଶ୍ୱର: ଏଣିକି ଲକ୍ଷଣ ନଥିବା ରୋଗୀଙ୍କୁ ହୋମ ଆଇସୋଲେସନରେ ରହିବାକୁ ଦିଆଯିବ ଅନୁମତି । ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ମିଳିବ ଅନୁମତି । ସହରାଂଚଳରେ ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି । ତେବେ ସର୍ତ୍ତମୂଳକ ଭାବେ ଘରେ ରହି ଚିକିତ୍ସା ହେବାକୁ ସେମାନଙ୍କୁ ଅନୁମତି ମିଳିବ । ପରିବର୍ତ୍ତିତ ନିୟମ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ପ୍ରଦାନ କରିଛନ୍ତି । ସମସ୍ତ ପୌରାଂଚଳ, ଜିଲ୍ଲା ମୁଖ୍ୟାଳୟରେ ହୋମ ଆଇସୋଲେସନ ବ୍ୟବସ୍ଥା କରାଯିବ । ସମସ୍ତ ଉପଖଣ୍ଡ ଓ ବ୍ଲକ ମୁଖ୍ୟାଳୟ ରୋଗୀ ହୋମ୍ ଆଇସୋଲେସନ ରେ ରହିପାରିବେ । ହୋମ ଆଇସୋଲେସନ ସୁବିଧା ଥିଲେ ମିଳିବ ଘରେ ରହି ଚିକିତ୍ସା ଅନୁମତି । ହୋମ୍ ଆଇସୋଲେସନରେ ରହୁଥିବା ଲୋକ ପାଇଁ ଜଣେ ଘର ଲୋକ ରହିବେ । ଘରର ସଂପୃକ୍ତ ସାବାଳକ ବ୍ୟକ୍ତି ସରକାର-ରୋଗୀ ମଧ୍ୟରେ ସେତୁ ସାଜିବେ । ଘରେ ରହି ଚିକିତ୍ସିତ ହେଉଥିବା ରୋଗୀର ଯାବତୀୟ କଥା ବୁଝିବେ ସଂପୃକ୍ତ ବ୍ୟକ୍ତି । ହୋମ ଆଇସୋଲେସନ ବ୍ୟକ୍ତି ପାଇଁ ସମସ୍ତ ଚିକିତ୍ସା ସରକାର ଯୋଗାଇ ଦେବେ । ପିପିଇ କିଟ ଠାରୁ ଓଷଧ ପର୍ଯ୍ୟନ୍ତ ସବୁ ରାଜ୍ୟ ସରକାର ଯୋଗାଇ ଦେବେ । ଏମିତିକି ଖାଦ୍ୟ ଭତ୍ତା ମଧ୍ୟ ସରକାର ଯୋଗାଇ ଦେବେ ବୋଲି ମୁଖ୍ୟ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । କିଛି ବିଶେଷ ପ୍ରକାରର ଲୋକଙ୍କୁ ହୋମ୍ ଆଇସୋଲେସନ ଅନୁମତି ମିଳିବନି । ଏଚଆଇଭି ରୋଗୀ, ଅଙ୍ଗ ପ୍ରତିରୋପଣ କରିଥିବା ବ୍ୟକ୍ତିଙ୍କୁ ଅନୁମତି ମିଳିବନି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking