ଭୁବନେଶ୍ୱର: ବିଧାନସଭାରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ । ସେ କହିଛନ୍ତି, କୋଭିଡ ମହାମାରୀ ମାନବଜାତିକୁ ସଂକଟରେ ପକାଇଥିଲା । ସରକାରଙ୍କ ସକରାତ୍ମକ ଚିନ୍ତାଧାରା ମହାମାରୀକୁ ମୁକାବିଲା କରିପାରିଥିଲା । ଓଡିଶା ସରକାରଙ୍କ କୋଭିଡ ମୁକାବିଲାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପ୍ରଶଂସା କରିଛନ୍ତି । ଆଉ କିଛି ଦିନ ଆମକୁ ସତର୍କ ଓ ସାବଧାନ ରହିବାକୁ ପଡିବ । ଇ-ବଜେଟ ଉପସ୍ଥାପନରେ ଓଡିଶା ସମ୍ଭବତଃ ଦେଶରେ ପ୍ରଥମ । ଓଡିଶା ଅର୍ଥନୀତିର ଅଭିବୃଦ୍ଧି ହାର ଜାତୀୟ ହାର ତୁଳନାରେ ବଢିଚାଲିଛି । ଚଳିତବର୍ଷ ଜିଡିପି ୪.୯ ହ୍ରାସ ହେବ ବୋଲି ଆକଳନ କରାଯାଉଛି । ଚାଷୀ, ସ୍ୱୟଂ ସହାୟିତା ଗୋଷ୍ଠୀକୁ ଅଧିକ ଋଣ ଦେବା ଯୋଜନା ରହିଛି । ବଜେଟରେ କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି ରଖାଯାଇଛି । ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟବରାଦ ହୋଇଛି । ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ ହୋଇଛି । କଳାହାଣ୍ଡି, ନବରଂଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ । ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ ହୋଇଛି । ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ ହୋଇଛି । ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ନବକୃଣ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟବୟବରାଦ ହୋଇଛି । ଅଚଳ ଉଠା ଜଳସେଚନ ପଏଣ୍ଟ ପୁନରୁଦ୍ଧାର ପାଇଁ ୧୬୦ କୋଟି ମଂଜୁରୀ ହୋଇଛି । ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ ହୋଇଛି । ସେହିପରି ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟବରାଦ ରହିଛି ।