33.1 C
Bhubaneswar
Sunday, April 28, 2024
Homeଓଡିଶାରାଜ୍ୟ କ୍ୟାବିନେଟ ନିଷ୍ପତି; ୯ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର

ରାଜ୍ୟ କ୍ୟାବିନେଟ ନିଷ୍ପତି; ୯ଟି ପ୍ରସ୍ତାବକୁ କ୍ୟାବିନେଟ ମୋହର

ଭୁବନେଶ୍ୱର: ସରିଲା ରାଜ୍ୟ କ୍ୟାବିନେଟ ବୈଠକ । 9ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଲା କ୍ୟାବିନେଟ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି । ବୈଠକରେ ନଅଟି ପ୍ରମୁଖ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇସ୍ପାତ ଏବଂ ଖଣି ବିଭାଗ ସହ ଜଡିତ ପ୍ରସ୍ତାବରେ କ୍ୟାବିନେଟର ମଞ୍ଜୁରୀ ମିଳିଛି ।

ଭୁବନେଶ୍ୱରରେ ବହଚି-କରୁଣାଶ୍ରୟ ପଲ୍ଲିଏଟିଭ୍ କେୟାର ସେଣ୍ଟର ପ୍ରତିଷ୍ଠା ନେଇ ଥିବା ପ୍ରସ୍ତାବରେ ମୋହର ମାରିଛି କ୍ୟାବିନେଟ । ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ବାଗଚି-ଶଙ୍କରା କର୍କଟ ଚିକିତ୍ସା କେନ୍ଦ୍ର । ଏଥିପାଇଁ ସୁବ୍ରତ ବାଗ୍‌ଚୀ ଓ ତାଙ୍କ ପତ୍ନୀ ସୁସ୍ମିତା ବାଗ୍‌ଚୀ ୨୧୦ କୋଟି ଟଙ୍କା ପ୍ରଦାନ କରିବେ । ଏହା ୨୦୨୪ ଜାନୁଆରୀ ସୁଦ୍ଧା ୨୫୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସପିଟାଲ କାର୍ଯ୍ୟକ୍ଷମ ହେବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଇନ୍‌ଫୋସିଟି ଅଞ୍ଚଳରେ ୨୦ଏକର ଜମି ଯୋଗାଇ ଦିଆଯିବ । ପରିବର୍ତ୍ତୀ ସମୟରେ ଶଯ୍ୟା ସଂଖ୍ୟା ୫ଶହକୁ ବୃଦ୍ଧି କରାଯିବ ।  ST ଏବଂ SC ଛାତ୍ରମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ANWESHA ଯୋଜନା ଜାରି ରଖିବା ଲାଗି ଆସିଥିବା ପ୍ରସ୍ତାବ କ୍ୟାବିନେଟ ମଞ୍ଜୁର କରିଛି । ଓଡ଼ିଶା କଲ୍ୟାଣ ସେବା ନିୟମ-1992 ଓ ଓଡିଶା ଅଧିନସ୍ଥ କଲ୍ୟାଣ ସେବା ନିୟମ-1992 ର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking