29.1 C
Bhubaneswar
Saturday, July 27, 2024
Homeଓଡିଶାରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ମତଦାନ ଜାରି

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ; ମତଦାନ ଜାରି

ଭୁବନେଶ୍ୱର: ଆଜି ଓଡ଼ିଶାରେ ଆରମ୍ଭ ହେଇଛି ନିର୍ବାଚନୀ ମହାକୁମ୍ଭ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ସହ ୨୮ଟି ବିଧାନସଭା ଲାଗି ଆରମ୍ଭ ଚାଲିଛି ମତଦାନ। ଓଡ଼ିଶାରେ ଆଜି ପ୍ରଥମ ପର୍ଯ୍ୟାୟ ଭୋଟ୍। ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ରାଜ୍ୟର ୪ଟି ଲୋକସଭା କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଏବଂ ଏହା ଅଧିନସ୍ଥ ୨୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ହେଉଛି ଭୋଟିଂ।

ଏହି ୪ଟି ଲୋକସଭା ନିର୍ବାଚନମଣ୍ଡଳୀରେ ୬୨ ଲକ୍ଷ ୮୭ ହଜାର ୨୨୨ ଭୋଟର ମତଦାନ କରିବେ । ଏମାନଙ୍କ ମଧ୍ୟରେ ୩୦ ଲକ୍ଷ ୯୭ ହଜାର ୫୨୭ ପୁରୁଷ ଏବଂ ୩୧ ଲକ୍ଷ ୮୯ ହଜାର ୬୦ ମହିଳା ଏବଂ ୬୩୫ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ଏହି ପର୍ଯ୍ୟାୟରେ ପୁରୁଷଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି । ସେହିପରି ୧ ଲକ୍ଷ ୭୫ ହଜାର ଯୁବ ଭୋଟର ରହିଛନ୍ତି । ଏହି ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ପରିଚାଳିତ । ୧ ହଜାର ୨୬୪ଟି କ୍ରିଟିକାଲ ମତଦାନ କେନ୍ଦ୍ର ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking