17.1 C
Bhubaneswar
Wednesday, February 4, 2026
Homeଓଡିଶାବଦଳିଲେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କେ ହରି ବାବୁ ନିଯୁକ୍ତ

ବଦଳିଲେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କେ ହରି ବାବୁ ନିଯୁକ୍ତ

ନୂଆଦିଲ୍ଲୀ: ବଦଳିଲେ ଓଡ଼ିଶାର ରାଜ୍ୟପାଳ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମଭମପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ହରିବାବୁଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଥିବା ବେଳେ ରାଜ୍ୟପାଳ ପଦରୁ ରଘୁବର ଦାସଙ୍କ ଇସ୍ତଫା ଦେଇଛନ୍ତି। ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଓଡ଼ିଶାର ୨୬ତମ ରାଜ୍ୟପାଳ ଦାୟିତ୍ୱ ଗ୍ରହଣ କରିଥିଲେ। ପୁଅଙ୍କ ବିବାଦୀୟ କାର୍ଯ୍ୟ ପାଇଁ ରଘୁବର ବିବାଦଘେରକୁ ଆସିଥିଲେ। ଗତବର୍ଷ ଅକ୍ଟୋବର ୧୮ତାରିଖରେ ରଘୁବରଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା।

ସୂଚନା ଅନୁସାରେ, ମିଜୋରାମର ରାଜ୍ୟପାଳ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଡଃ କମ୍ଭାମପତି ୨୦୨୧ ଜୁଲାଇ ୧୯ତାରିଖରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking