27.1 C
Bhubaneswar
Sunday, March 30, 2025
Homeଓଡିଶାଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ

ଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର  ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ, ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍‌ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। ଜଷ୍ଟିସ୍‌ ଟଣ୍ଡନ ୧୯୬୪, ନଭେମ୍ବର ୧୬ରେ ଜନ୍ମଗ୍ରହଣ କରିଥିଲେ। କଲିକତା ବିଶ୍ବବିଦ୍ୟାଳୟରୁ ୧୯୮୯ରେ ଏଲ୍‌ଏଲ୍‌ବି ଡିଗ୍ରି ହାସଲ କରିବା ପରେ ୧୯୮୯, ସେପ୍ଟେମ୍ବର ୨୬ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking