28.1 C
Bhubaneswar
Thursday, March 28, 2024
Homeଓଡିଶାଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା , ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା , ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଗାମୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ପଶ୍ଚିମ ମିଆଁମାର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଚି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆଜିଠୁ ବଢିବ ବର୍ଷାର ବିସ୍ତତି। କାଲିଠୁ ବଢିବ ବର୍ଷାର ପରିମାଣ। କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ, ଅକସ୍ମାତ ବନ୍ୟା ଓ ତଳିଆ ଅଞ୍ଚଳରେ ପାଣି ଜମିବା ସହ ଉପୁଜିପାରେ ଜଳବନ୍ଦୀ ସମସ୍ୟା । ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିବ । ୧୩ ଓ ୧୪ ତାରିଖରେ ସମସ୍ତ ୩୦ଟି ଯାକ ଜିଲ୍ଲା ପାଇଁ ପାଣିପାଗ ସତର୍କତା ଜାରି ହୋଇଛି। ୧୪ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।.

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking