19.1 C
Bhubaneswar
Friday, February 13, 2026
Homeଓଡିଶାଓଡ଼ିଶା ଯାତ୍ରୀ ଆପ୍‌ ସହାୟତାରେ ଆମ ବସ୍‌ ଏବଂ ଚିଲିକା ବୋଟିଂ ଟିକେଟ କିଣିପାରିବେ

ଓଡ଼ିଶା ଯାତ୍ରୀ ଆପ୍‌ ସହାୟତାରେ ଆମ ବସ୍‌ ଏବଂ ଚିଲିକା ବୋଟିଂ ଟିକେଟ କିଣିପାରିବେ

ଭୁବନେଶ୍ବର: ଓଡ଼ିଶା ଯାତ୍ରୀ ଆପ୍‌ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ। ଏଣିକି ଏହି ଆପ୍‌ ମାଧ୍ୟମରେ ଆମ ବସ୍‌ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍‌ କିଣିପାରିବେ। ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖଦ୍‌ ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ ସୁବିଧାକୁ ଆପ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି।ରାଜ୍ୟ ସରକାରଙ୍କ ଆମ ବସ୍‌ ସେବା ଅଧୀନରେ ଚଳାଚଳ କରୁଥିବା ଯେକୌଣସି ବସ୍‌ରେ ଯାତାୟାତ ନିମନ୍ତେ ଏହି ଆପ୍‌ ମାଧ୍ୟମରେ ବିନା କୌଣସି ବାଧାରେ ଟିକେଟ୍‌ ବୁକିଂ କରି ସୁରକ୍ଷିତ ଏବଂ ଆରାମଦାୟକ ବସ୍‌ ଯାତ୍ରାର ଲାଭ ପାଇପାରିବେ। ଅନୁରୂପ ଭାବେ ଚିିଲିକା ଭ୍ରମଣରେ ଆସୁଥିବା ପର୍ଯ୍ୟଟକ ସାତପଡ଼ା ଠାରେ ସେମାନଙ୍କ ସୁବିଧା ମୁତାବକ ବୋଟିଂ ନିମନ୍ତେ ଏହି ଆପ୍‌ ମାଧ୍ୟମରେ ଟିକେଟ୍‌ ବୁକିଂ କରି ଡିଜିଟାଲ ଟିକେଟ୍‌ ପାଇପାରିବେ। ବୋଟିଂ ଆରମ୍ଭ ପୂର୍ବରୁ ଏହି ଡିଜିଟାଲ ଟିକେଟ ଯାଞ୍ଚ କରାଯାଇ ଯାତ୍ରା ନିମନ୍ତେ ଅନୁମତି ଦିଆଯିବ।ସମସ୍ତ ଆଣ୍ଡରୋଏଡ୍‌ ପ୍ଳାଟଫର୍ମରେ ଏହି ଆପ୍‌ ଉପଲବ୍ଧ ହୋଇସାରିଥିବା ବେଳେ ଆଇଓଏସ୍‌ ରେ ନିକଟରେ ଭବିଷ୍ୟତରେ ଉପଲବ୍ଧ ହେବ। ଏହା ସହିତ ଯାତ୍ରୀଙ୍କ ମତାମତକୁ ଭିତ୍ତିକରି ଟିକେଟ୍‌ ବୁକିଂ ବ୍ୟବସ୍ଥାରେ ମଧ୍ୟ ଆବଶ୍ୟକ ସୁଧାର ଅଣାଯିବ।ଓଡ଼ିଶା ଯାତ୍ରୀ କେବଳ ଏକ ଡିଜିଟାଲ ସେବା ନୁହଁ, ଯାତ୍ରୀଙ୍କୁ ସାର୍ବଜନୀନ , ଟେକ୍ନୋଲୋଜି ଭିତ୍ତିକ, ତ୍ରୁଟିଶୂନ୍ୟ ସେବା ଯୋଗାଇ ଦେବାର ସଂକଳ୍ପ ବୋଲି କହିଛନ୍ତି ଶ୍ରୀମତୀ ଉଷା ପାଢ଼ୀ, ପ୍ରମୁଖ ଶାସନ ସଚିବ, ଗୃହନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ। ଏହି ଡିଜିଟାଲ ପ୍ଳାଟଫର୍ମ ସହାୟତାରେ ବସ୍‌ ସେବା ଏବଂ ବୋଟିଂ ଗୋଟିଏ କ୍ଳକ୍‌ରେ ଉପଲବ୍ଧ ହୋଇପାରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking